ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୩ ଗୁରୁତର

ଜଗତସିଂହପୁର, ୦୮।୦୨ : ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଜଗତସିଂହପୁର ବାଲିଜୋରୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ସୂଚନା ଅନୁଯାୟୀ, ଜଗତସିଂହପୁର ନହରଣାରୁ ଘୋଡ଼ାନାଚ ପ୍ରଦର୍ଶନ କରିବାକୁ ଏକ ଅଟୋରେ କିଛି କଳାକାର ଯାଉଥିଲେ। ଏହି ସମୟରେ ଅଟୋଟି ବାଲିଜୋରୀ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଗୁରୁତର ହୋଇଛନ୍ତି । ମୃତକ ନହରଣା ଗାଁ ନିନ୍ଦ୍ରମଣି ଗୋଚ୍ଛାୟତ ହୋଇଥିବା ବେଳେ ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସମସ୍ତଙ୍କୁ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.