ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ପାଟଣା ରେଞ୍ଜରେ ହାତୀପଲଙ୍କ ଉପଦ୍ରବ, ଘର ଭାଙ୍ଗି ଧାନ ଚାଉଳ କରିଲେ ନଷ୍ଟ

Published By : Harapriya Sethi | October 16, 2024 8:05 AM

କେନ୍ଦୁଝର,୧୬/୧୦: ପାଟଣା ରେଞ୍ଜରେ ଥମୁନି ହାତୀପଲଙ୍କ ଉପଦ୍ରବ । ଏକ ୨୪ ଟିକିଆ ହାତୀପଲ ଏହି ଅଞ୍ଚଳରେ ଆତଙ୍କ ଖେଳାଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ହାତୀପଲ କେନ୍ଦୁଆପଡା ଗ୍ରାମରେ ପଶି ଗୁରୁବାରୀ ନାଏକଙ୍କ ଘର ଭାଙ୍ଗି ଘର ଭିତରୁ ଧାନ ଚାଉଳ ଖାଇ ନଷ୍ଟ କରିଦେଇଛନ୍ତି । 

ସୂଚନା ମୁତାବକ, ବିଗତ ଦିନରେ ପାଟଣା ରେଞ୍ଜରେ ବଢିଛି ହାତୀପଲଙ୍କ ଉପଦ୍ରବ । ମଙ୍ଗଳବାର ବିଳମ୍ବିତ ରାତିରେ ହାତୀପଲ କେନ୍ଦୁଆପଡା ଗ୍ରାମରେ ପଶି ଗୁରୁବାରୀ ନାଏକଙ୍କ ଘର ଭାଙ୍ଗି ଦେଇଥିଲେ । ଏହା ସହ ଘର ଭିତରୁ ଧାନ ଚାଉଳ ଖାଇ ନଷ୍ଟ କରିଦେଇଥିଲେ । ତେବେ ଏହି ଘଟଣା ପରେ ଗୁରୁବାରୀ ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ସଜାଗ ରହିବାକୁ କହିଛି ।  ତେବେ ବର୍ତ୍ତମାନ ଏହି ହାତୀପଲ ମାଧପୁର ଗାଁ ନିକଟରେ ଡେରା ପକାଇଛନ୍ତି । ଗାଁ ନିକଟରେ ହାତୀପଲ ବୁଲୁଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ହାତୀପଲଙ୍କ ଗତିବିଧି ଉପରେ ବନବିଭାଗ ନଜର ରଖିଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.