ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଛାତ୍ରକୁ ଧକ୍କା ଦେଇ ଓଲଟିଲା ବାଲି ବୋଝେଇ ଟିପର, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଆନନ୍ଦପୁର, ୧୩/୦୯ : ଛାତ୍ରଙ୍କୁ ଧକ୍କା ଦେଇ ଓଲଟିଲା ବାଲି ବୋଝେଇ ଟିପର। ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଚଣ୍ଡାଳୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ମଙ୍ଗଳବାର ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଗୁରୁତର ଛାତ୍ରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ବ୍ରାହ୍ମଣୀଦା ଗାଁର ରାଜେନ୍ଦ୍ର କୁମାର ଦେହୁରୀଙ୍କୁ ଚଣ୍ଡାଳୀ ଛକ ନିକଟରେ ଏକ ବାଲି ବୋଝେଇ ଟିପର ଧକ୍କା ଦେଇ ଓଲଟି ପଡିଛି। ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସାଇଁକୂଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପଟେ ଦୁର୍ଘଟଣାରେ ଓଲଟି ପଡିଥିବା ଟିପରର ମୋବିଲ୍ ଚାମ୍ବର ଫାଟିଯିବାରୁ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ପହଁଞ୍ଚି ଟିପର ଜବତ କରିବା ସହ ଅଧିକ ତଦନ୍ତ ଚଳାଇଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.