ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡି ଛାଡିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଭୁବନେଶ୍ବର, ୩୦।୪  ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ର ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। 

 ଭାଗିରଥୀ ୨୦୦୯ ନିର୍ବାଚନରେ ଆନନ୍ଦପୁର ନିର୍ବାଚନମଣ୍ଡଳୀରୁ ବିଜେଡିରୁ ବିଧାୟକ ହୋଇଥିଲେ।  ୨୦୧୪ରେ ତାଙ୍କୁ ଟିକେଟ ମିଳି ନ ଥିଲା। ତାଙ୍କ ସ୍ଥାନରେ ମାଧୟର  ଜେନାଙ୍କୁ ଦଳ ପ୍ରାର୍ଥୀ କରିଥିଲା। ସେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଥିଲେ। କିନ୍ତୁ ନିର୍ବାଚନ ଲଢି ନଥିଲେ। ୨୦୧୯ ନିର୍ବାଚନରେ ସେ ବିଜେପି ଛାଡି ବିଜେଡିରେ ଯୋଗ ଦେଇଥିଲେ।  ବିଜେଡି ଟିକେଟରେ ନିର୍ବାଚନ ଲଢି ବିଜୟୀ ହୋଇଥିଲେ।  ତେବେ ୨୦୨୪ରେ ସେ ପ୍ରାର୍ଥୀ ହେବେ ବୋଲି ଆଶା ରଖିଥିଲେ।  କିନ୍ତୁ ବିଜେଡି ତାଙ୍କୁ ଟିକେଟ  ନ ଦେଇ ଅଭିମନ୍ୟୁ ସେଠୀଙ୍କୁ ଟିକେଟ ଦେଇଥିଲା। ଏହାକୁ ନେଇ ଭାଗିରଥୀ ଅସନ୍ତୋଷ ପ୍ରକାଶ କରିଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.