ଶ୍ରୀକାକୁଲମ୍,୧।୧୧: ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ୍ରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଅଘଟଣ। ପ୍ରବଳ ଭିଡ ଯୋଗୁଁ ଦଳାଚକଟା ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକ୍ରିୟା ଆସିଛି। ପିଏମ୍ ମୋଦି ଦୁଃଖ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ଲେଖିଛନ୍ତି, ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ଗଭୀର ସମବେଦନା। ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ।’ ଏହା ସହ ପ୍ରଧାନମନ୍ତ୍ରୀ ଆହତଙ୍କ ଦୃତ ଆରୋଗ୍ୟ କାମନା କରିଛନ୍ତି।
Pained by the stampede in Venkateswara Swamy Temple in Srikakulam, Andhra Pradesh. My thoughts are with those who have lost their near and dear ones. I pray that the injured recover soon.
— PMO India (@PMOIndia) November 1, 2025
An ex-gratia of Rs. 2 lakh each from PMNRF would be given to the next of kin of those who…
ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତିକ୍ରିୟା ଆସିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣା ଗଭୀର ଆଘାତ ଦେଇଛି। ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଅତ୍ୟନ୍ତ ହୃଦୟ ବିଦାରକ। ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଉଛି। ମୁଁ ଅଧିକାରୀଙ୍କୁ କହିଛି, ଆହତଙ୍କୁ ଶୀଘ୍ର ଓ ଉଚିତ ଚିକିତ୍ସା ପ୍ରଦାନ କରାଯାଉ।’
శ్రీకాకుళం జిల్లాలోని కాశీబుగ్గ వెంకటేశ్వర ఆలయంలో తొక్కిసలాట ఘటన కలచివేసింది. ఈ దురదృష్టకర ఘటనలో భక్తులు మరణించడం అత్యంత విషాదకరం. మృతుల కుటుంబాలకు ప్రగాఢ సానుభూతిని తెలియజేస్తున్నాను. గాయాల పాలైన వారికి మేలైన సత్వర చికిత్స అందించాలని అధికారులను ఆదేశించాను. ఘటనా స్థలానికి వెళ్లి…
— N Chandrababu Naidu (@ncbn) November 1, 2025
ସୂଚନା ଅନୁସାରେ, ଏକାଦଶୀ ଥିବାରୁ ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଫଳରେ ଭିଡ ଅଣଆୟତ ହୋଇପଡିଥିଲା । ଶ୍ବାସରୁଦ୍ଧ ହୋଇ ଅଧିକାଂଶ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନେକ ଶ୍ରଦ୍ଧାଳୁ ଗୁରୁତର ଆହତ ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।