ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ଅଧାପନ୍ତରିଆ ଅବସ୍ଥାରେ ଅଙ୍ଗନବାଡି ଗୃହ, ମାଟି ଘରେ ଚାଲିଛି ଶିଶୁଙ୍କ ଭବିଷ୍ୟତ ଗଢ଼ା

ଫିରିଙ୍ଗିଆ, ୮l ୮:  ରାଜ୍ୟ ଓ କେନ୍ଦ୍ର ସରକାର ଶିକ୍ଷାକୁ ଗୁରୁତ୍ୱ ଦେଇ ବିଭିନ୍ନ ଯୋଜନାରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସମସ୍ତ ସୁବିଧା ଯୋଗାଇ ଦେଉଛନ୍ତି l କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଆସୁଥିବା ଟଙ୍କା କାର୍ଯ୍ୟରେ ନଲାଗି ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି । ଏମିତି ଏକ ଅଧାପନ୍ତରିଆ ଅଙ୍ଗନବାଡି କେନ୍ଦ୍ର ଦେଖିବାକୁ ମିଳିଛି ଫିରିଙ୍ଗିଆ ବ୍ଲକ ଭୃଙ୍ଗୀ ଯୋଡି ପଞ୍ଚାୟତର ମାଦାପଦର ଗାଁରେ l 

ମାଦାପଦର ଗାଁ ଉପାନ୍ତ ଅଞ୍ଚଳ । ଏହାକୁ ଦୃଷ୍ଟିରେ ରଖି ଗାଁରେ ଅଙ୍ଗନବାଡି କେନ୍ଦ୍ର ନିର୍ମାଣ ପାଇଁ ବହୁ ବାର ଲିଖିତ ଅଭିଯୋଗ ପରେ କେନ୍ଦ୍ର ପାଇଁ ଅନୁମୋଦନ ମିଳିଥିଲା l ଅଙ୍ଗନବାଡି କେନ୍ଦ୍ର ନିର୍ମାଣ ପାଇଁ ଗତ ୨୦୧୮ ମସିହାରେ ସରକାରଙ୍କ ତରଫରୁ ଅନୁଦାନ ମିଳିଥିଲା । ତେବେ ଦୀର୍ଘ ୬ ରୁ ୭ ବର୍ଷ ବିତିଯାଇଥିଲେ ମଧ୍ୟ ଅଙ୍ଗନବାଡି ଗୃହ ନିର୍ମାଣ ଆଜି ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ନ ହୋଇ ପଡ଼ି ରହିଛି l  ଅଙ୍ଗନବାଡି କେନ୍ଦ୍ର ଖୋଲିବା ଠାରୁ ଆଜି ପର୍ଯ୍ୟନ୍ତ ଗୋଟିଏ ଛୋଟ ଭଙ୍ଗା ମାଟି ଘରେ କୁନି କୁନି ଶିଶୁଙ୍କ ଭବିଷ୍ୟତ ଗଢ଼ା ଯାଉଛି l ତୁରନ୍ତ ଏହି ଅଙ୍ଗନବାଡି କେନ୍ଦ୍ର ଗୃହ ନିର୍ମାଣ କରିବାକୁ ମାଦା ପଦର ଗ୍ରାମର ଗୁଜା କହଁର, ବ୍ରହ୍ମା ନନ୍ଦ କହଁର, ପରମାନନ୍ଦ କହଁର, ଅଖି କହଁର, ପଦ କହଁର, କନେଶ୍ୱର କହଁର, କବଚ କହଁର, ସୁଷମା କହଁର, ରାଧିକା କହଁର, କୁନ୍ତୀ କହଁର ଓ ଅନ୍ୟ ମାନେ ଦାବୀ କରିଛନ୍ତି l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.