ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ସକାଳୁଆ ହେବ ଅଙ୍ଗନବାଡି, ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆରଏସ୍ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୦୧।୦୪ : ସ୍କୁଲ ପରେ ଏବେ ଅଙ୍ଗନବାଡି ସକାଳୁଆ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଙ୍ଗନବାଡି ବି ସକାଳୁଆ କରିବାକୁ ନିଷ୍ପତ୍ତି ନିଆଯାଉଛି। ସକାଳ ୭ଟାରୁ ସାଢେ ୧୧ଟା ଯାଏଁ ଅଙ୍ଗନବାଡି ଚାଲିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଯାହାକୁ ଦୃଷ୍ଟିରେ ସକାଳୁଆ ସ୍କୁଲ କରିବାକୁ ପୂର୍ବରୁ ଘୋଷଣା କରାଯାଇଥିଲା । ଆଉ ଏବେ ଅଙ୍ଗନବାଡି ମଧ୍ୟ ସକାଳୁଆ କରିବାକୁ ହେବ। ସେହିପରି ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆରଏସ୍ ପ୍ୟାକେଟ୍ ରଖିବାକୁ କୁହାଯାଇଛି। 

ରାଜ୍ୟରେ କ୍ରମାଗତ ଭାବେ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.