PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ, ଦେଶର ସାର୍ବଭୌମତ୍ୱ ରକ୍ଷାକର: ରାଜ୍ୟପାଳ

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୬ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ସାର୍ବଭୌମତ୍ୱ ଓ ସ୍ୱାଭିମାନ ରକ୍ଷା ପାଇଁ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଆହ୍ୱାନ ଦେଇଥିଲେ ।
ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ବିଜୟ କୁମାର ମୁଦୁଲି ଏଥିରେ ଅଧ୍ୟକ୍ଷତାରେ କରିଥିଲେ । ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଡ. ଜାହାନ ଆରା ବେଗମ୍‌ ସମ୍ମାନିତ ଅତିଥିଭାବେ ଯୋଗଦେଇ ପିଲାଙ୍କୁ ଭବିଷ୍ୟତରେ ଜଣେ ଜଣେ ନିଷ୍ଠାବାନ ଦେଶପ୍ରେମୀ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ । ସଂସ୍କୃତି ସୁରକ୍ଷା ସମିତିର ପ୍ରାନ୍ତ ଅଧ୍ୟକ୍ଷ ନୃସିଂହ ଚରଣ ପଣ୍ଡା ମୁଖ୍ୟବକ୍ତାଭାବେ ଯୋଗଦେଇ ଦେଶର ସଂସ୍କୃତି ଓ ପରମ୍ପରାକୁ ସୁରକ୍ଷା ଦେଲେ ଦେଶର ପ୍ରକୃତ ସୁରକ୍ଷା ହୋଇପାରିବ ବୋଲି କହିଥିଲେ । କାର୍ଯର୍୍ୟକ୍ରମରେ ଅତିଥିମାନେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ କେଦାର ନାଥ ସେଠୀ ବାର୍ଷିକ ବିବରଣୀ ପାଠ କରିଥଲେ । ବରିଷ୍ଠ ଆଚାର୍ଯ୍ୟ ସୁରେଶ ଚନ୍ଦ୍ର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଗୁରୁଜୀ ନନ୍ଦ କିଶୋର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ମହାକାଳପଡାର ଦୁଇଜଣ ସାହସୀ ବାଳିକା ପୂର୍ଣ୍ଣିମା ବରି ଓ ସବିତା ବରିଙ୍କୁ ସମ୍ମାନିତ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।

ସମ୍ବନ୍ଧିତ ଖବର