ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ସହଦେବ ନାଏକ ହତ୍ୟା ଘଟଣା: ଆଉ ଜଣଙ୍କୁ ଗିରଫ କଲା ପୋଲିସ

Published By : Harapriya Sethi | March 1, 2025 12:53 PM

ଭୁବନେଶ୍ୱର, ୦୧/୦୩: ରସୁଲଗଡ଼ ଓଭରବ୍ରିଜ୍‌ରେ ସହଦେବ ନାଏକ ହତ୍ୟାକାଣ୍ଡ ଘଟଣା । ଆଉ ଜଣଙ୍କୁ ଗିରଫ କଲା କମିସନରେଟ ପୋଲିସ । କଟକ ଜିଲ୍ଲା କାନପୁର ଥାନା ଅନ୍ତର୍ଗତ ଚମ୍ପେଶ୍ୱର ଗ୍ରାମରୁ ଗିରଫ ହେଲା ସୁସେଇ ଓରଫ ସୁଶାନ୍ତ ନାଏକ । ଏହି ଘଟଣାରେ ମୋଟ ୬ ରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରିଥି ପୋଲିସ । ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମହିଳା ରମା ନାଏକ ମଞ୍ଚେଶ୍ୱରେ ଥାନାରେ ଆତ୍ମସମର୍ପଣ କରିଥିଲା । ଆତ୍ମସମର୍ପଣ ପରେ ତାଙ୍କୁ ଗିରଫ କରିଥିଲା ପୋଲିସ । ସହଦେବ ନାୟକଙ୍କ ହତ୍ୟା ପଛରେ ଷଡ଼ଯନ୍ତ୍ର କରିଥିଲା ରମା ନାୟକ । 

କହିରଖୁ କି, ଜାନୁୟାରୀ ୮ ତାରିଖ ସକାଳ ସମୟରେ ରସୁଲଗଡ଼ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ଏକ ନାଲି ରଙ୍ଗର ଜୁପିଟର ସ୍କୁଟି ଯୋଗେ ଭିଏସ୍‌ଏସ୍‌ ନଗରରୁ ରସୁଲଗଡ଼ ପଟକୁ ଆସୁଥିଲେ । ଏହି ସମୟରେ କିଛି ଯୁବକ ଦୁଇଟି ବାଇକ୍‌ରେ ତାଙ୍କୁ ପିଛା କରିଥିଲେ । ପିଛା କରି ଜାତୀୟ ରାଜପଥର ବାଣୀବିହାର ଓଭରବ୍ରିଜ ଉପରେ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ । ଫଳରେ ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇଯାଇଥିଲା । ଏହି ହତ୍ୟାକାଣ୍ଡ ଘଟାଇବା ପରେ ଦୁର୍ବୃତ୍ତମାନେ ବାଇକ୍‌ ଯୋଗେ ଘଟଣା ସ୍ଥଳରୁ ଫେରାର ହୋଇଥିଲେ । ହତ୍ୟାକାଣ୍ଡ ପରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଛାନ୍‌ଭିନ୍‌ ଆରମ୍ଭ କରିଥିଲେ । ଏହା ପରେ ସ୍ପେଶାଲ ସ୍କ୍ୱାର୍ଡ ଚଢାଉ କରି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସେମାନଙ୍କୁ ପଚରାଉଚରା ପରେ ଘଟଣାରେ ସମ୍ପୃକ୍ତ ଆଉ ୨ ଜଣଙ୍କୁ ପୋଲିସ ଗିରଫ କରିଥିଲା। ସମସ୍ତ ଅଭିଯୁକ୍ତଙ୍କୁ ନେଇ ହତ୍ୟା ଘଟଣାର ପୋଲିସ ସିନ୍ ରିକ୍ରିଏସନ କରିଥିଲା । ଏହାର କିଛି ଦିନ ମଧ୍ୟରେ ଫେବୃୟାରୀ ୧୬ ତାରିଖରେ ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ମହିଳା ରମା ନାଏକ ମଞ୍ଚେଶ୍ୱରେ ଥାନାରେ ଆତ୍ମସମର୍ପଣ କରିଥିଲା ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.