ପ୍ରମୂଖ ଖବର
  • ଭୁବନେଶ୍ବର OSSSC ଅଫିସ ଘେରିଲେ ଶହଶହ ପରୀକ୍ଷାର୍ଥୀ । କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ଘେରାଉ
  • ||
  • ଢ଼େଙ୍କାନାଳ: ଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ମହିଳା କମିଶନ
  • ||
  • କଳାହାଣ୍ଡି: ପୂଜକଙ୍କୁ ଚାପଡରେ ହାଣିଲେ ଦୁୁର୍ବୃତ୍ତ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ଚନ୍ଦନେଶ୍ବର: ବ୍ୟାଙ୍କ ଭିତରୁ ଲୁଟ୍, ଗ୍ରାହକଙ୍କ ଠାରୁ ୩୦ହଜାର ନେଇଗଲେ ଲୁଟେରା
  • ||
  • ଦୁର୍ନୀତି ଅଭିଯୋଗ ଆସିଲେ ମାଫ୍ ନାହିଁ, ୫ ବର୍ଷରେ ୮୧ ସରପଞ୍ଚଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ
  • ||
  • ଭୁବନେଶ୍ଵର : ୧୦ ବର୍ଷରେ ୨୫ ବାଘ ଏବଂ ୪୧ ହାତୀଙ୍କୁ ହତ୍ୟା କରିଛନ୍ତି ଶିକାରୀ, ହାତୀ ମଣିଷ ଲଢେଇରେ ଯାଇଛି ୧୧୪୫ ଜୀବନ
  • ||
  • ଢେଙ୍କାନାଳ ଲଜ୍ଜ୍ୟା : ୪ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା ସହ ଡିଏନଏ ଟେଷ୍ଟ ପାଇଁ ହେଲା ନମୁନା ସଂଗ୍ରହ
  • ||
  • କୋଲକାତା ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ସନ୍ଧ୍ୟା ସୁଦ୍ଧା କାର୍ଯ୍ୟରେ ଯୋଗ ଦିଅ, ନହେଲେ କାର୍ଯ୍ୟାନୁଷ୍ଠାନ
  • ||
  • ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଲଘୁଚାପ: ଭୀଷଣ ବର୍ଷା ପାଇଁ ମାଲକାନଗିରି, ଗଞ୍ଜାମରେ ସ୍କୁଲ ଛୁଟି ଘୋଷଣା
  • ||

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୦୭/୦୮: ଆଗକୁ ଆସୁଛି ଆଉ ଏକ ଲଘୁଚାପ । ଏଥିପାଇଁ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସକ୍ରିୟ ହୋଇଛି । ଏହା ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟରେ ସକ୍ରିୟ ହୋଇଛି । ଫଳରେ ୫ରୁ ୭ଦିନ ଜାରି ରହିବ ଲଗାଣ ବର୍ଷା । 

ସୂଚନା ଅନୁଯାୟୀ, ବୁଧବାର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସକ୍ରିୟ ହୋଇଛି । ଏହି  ଘୁର୍ଣ୍ଣିବଳୟ ଘନିଭୂତ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ନିକଟରେ ସକ୍ରିୟ ହୋଇଛି । ଏହା ପ୍ରଭାବରେ  ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଯାହା ଫଳରେ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଝାରସୁଗୁଡ଼ା, ବାଲେଶ୍ଵର ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ନୂଆପଡ଼ା, ସୋନପୁରରେ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ସୁନ୍ଦରଗଡ଼, ବରଗଡ଼, ସୋନପୁରରେ ପ୍ରବଳ ବର୍ଷା ସମ୍ଭାବନା ।  ଫଳରେ ଏହି ସ୍ଥାନ ଗୁଡ଼ିକରେ ୫ରୁ ୭ଦିନ ଲଗାଣ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା୬୦୪.୭ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଏବେ ବି ୬ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଥିବା ସୂଚନା ମିଳିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.