ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ନୀଳଗିରି ଏନଏସି ଅଧ୍ୟକ୍ଷାଙ୍କ ବିରୁଦ୍ଧରେ ପୁନର୍ବାର ଅନାସ୍ଥା ପ୍ରସ୍ତାବ, ବାଲେଶ୍ୱର ଜିଲ୍ଲାପାଳଙ୍କ ନିର୍ଦ୍ଦେଶନାମା ଜାରି

ନୀଳଗିରି,୨୨/୦୯: ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦାସଙ୍କ ବିରୁଦ୍ଧରେ ପୁଣି ଅନାସ୍ଥା ପ୍ରସ୍ତାବ ଆସିଛି । ଗତ ଜୁଲାଇ ୩୦ ତାରିଖରେ ଏକ ଅନାସ୍ଥା ପ୍ରସ୍ତାବ ଚେୟାରମ୍ୟାନଙ୍କ ବିରୁଦ୍ଧରେ ଆସିଥିଲା । ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ କିଛି ସମୟ ପାଇଁ ଗଡିଯାଇଥିଲା । ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ଅମ୍ବିକା ଦାସଙ୍କ ବିରୁଦ୍ଧରେ ଗତ ଜୁଲାଇ ୩୦ ତାରିଖରେ ଏକ ଅନାସ୍ଥା ପ୍ରସ୍ତାବ ଆସିଥିଲା । ଏନେଇ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ତେଣୁ ଏହା କିଛି ସମୟ ପାଇଁ ଗଡ଼ି ଯାଇଥିଲା । ପରେ ଏବେ ପୁଣିଥରେ ଅନାସ୍ଥା ପ୍ରସ୍ତାବ ଆସିଛି । ପୂର୍ବରୁ ଅଗଷ୍ଟ ୫ ତାରିଖରେ ବିଜେପି ଏବଂ ସମର୍ଥିତ ୧୧ ଜଣ କାଉନସିଲର ବାଲେଶ୍ୱର ଜିଲ୍ଲାପାଳଙ୍କ ଠାରେ ଆବେଦନ କରିଥିଲେ । ବାଲେଶ୍ୱର ଜିଲ୍ଲାପାଳ ଆଶିଷ ଠାକରେ ଅଗଷ୍ଟ ୧୪ ତାରିଖରେ ଏନଏସି ସଭା ଗୃହରେ ଏକ ବୈଠକର ଆହ୍ୱାନ କରିବା ସହିତ ମତଦାନ କରାଯିବାର ନିର୍ଦ୍ଦେଶନାମା ଦେଇଥିଲେ । ସମସ୍ତ କାଉନସିଲର, ନିର୍ବାହୀ ଅଧିକାରୀ, ଅଧକ୍ଷା ଏବଂ ନୀଳଗିରି ଉପଜିଲ୍ଲାପାଳଙ୍କୁ ଅବଗତ କରାଯାଇଥିଲା ।  

ମାତ୍ର ଅଗଷ୍ଟ ୧୨ ତାରିଖରେ ଅଧ୍ୟକ୍ଷା ଏହା ବିପକ୍ଷରେ ଓଡିଶା ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ମାନ୍ୟବର କୋର୍ଟ ସେପ୍ଟେମ୍ବର ୫ ତାରିଖରେ ଏହାର ଚୂଡାନ୍ତ ଶୁଣାଣି କରି ନୂତନ ଭାବେ ଅଗ୍ରଗତି କରିବା ପାଇଁ କତୃପକ୍ଷଙ୍କୁ ଅନାସ୍ଥା ସଂକଳ୍ପ ଆଇନ ଅନୁଯାୟୀ ସ୍ୱାଧୀନତା ପ୍ରଦାନ କରାଯାଇଥିଲା । ଉକ୍ତ ଆଦେଶକୁ ପାଳନ କରି ଆସନ୍ତା ସେପ୍ଟେମ୍ବର ମାସ ୨୭ ତାରିଖରେ ନୀଳଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହରେ ପୂର୍ବାହ୍ନ ୧୧ ଘଟିକା ଠାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ପ୍ରସ୍ତାବିତ ସଂକଳ୍ପ ଉପରେ ଆଲୋଚନା କରାଯିବ । ଏଥି ସହିତ ୧୨:୧୦ମିନିଟରେ ମତଦାନ ଏବଂ ୧୨:୩୦ ମିନିଟରେ ଫଳାଫଳ ପ୍ରକାଶ କରିବାକୁ ବାଲେଶ୍ୱର ଜିଲ୍ଲାପାଳ ତଥା ଜିଲ୍ଲା ଦଣ୍ଡାଧିକାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହାର ଏକକିତା ନକଲ ସମସ୍ତ କାଉନସିଲର, ନିର୍ବାହୀ ଅଧିକାରୀ, ଅଧକ୍ଷା ଏବଂ ନୀଳଗିରି ଉପଜିଲ୍ଲାପାଳଙ୍କୁ ପ୍ରେରଣା କରିଥିବା ଜଣାପଡିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.