ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଭୁବନେଶ୍ବରରେ ଆଉ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା

Published By : Suraj Kumar | May 1, 2025 11:21 PM

ଭୁବନେଶ୍ବର,୧।୫ : ଭୁବନେଶ୍ବର ଇନଫୋସିଟି ଥାନା ଅଧୀନରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଉକ୍ତ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରୀ ଜଣକ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବ୍ୟାଚ୍‌ରେ ପଢ଼ୁଥିଲେ। ହେଲେ ଗୁରୁବାର ହଷ୍ଟେଲରୁ ଛାତ୍ରୀଙ୍କ  ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ତେବେ ଏପର୍ଯ୍ୟନ୍ତ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ିନଥିବାବେଳେ ଘଟଣାସ୍ଥଳରେ ଇନଫୋସିଟି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଡିସିପି, ସିପି, ଉପଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହିଛନ୍ତି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ଯେପରି ନଘଟେ ସେଥିପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ସୂଚନାଯୋଗ୍ୟ, ଗତ ଫେବ୍ରୁଆରୀ ମାସରେ ସମାନ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ସାରା ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.