ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ଆଉ ଜଣେ ମୃତ, ୩ ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

Published By : Suraj Kumar | November 18, 2024 5:34 PM

ଦାରିଙ୍ଗବାଡି,୮/୧୧(ଆପ୍ର): ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । କଟକ ଏସସିବି ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜିତା ମାଝୀଙ୍କ ସୋମବାର ମୃତ୍ୟୁ ଘଟିଛି  । ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଲା । କଟକ ଏସସିବି ମେଡ଼ିକାଲରେ ୨ ଜଣ ଜିତା ମାଝୀ ଓ ଟୁନି ମାଝୀ ଚିକିତ୍ସାଧିନ ଥିଲେ। ଜିତା ମାଝୀ ଙ୍କ ମୃତ୍ୟୁ ହେବା ପରେ ଟୁନି ମାଝୀଙ୍କ ଚିକିତ୍ସା ଜାରି ରହିଛି । ଦାରିଙ୍ଗବାଡ଼ି ବ୍ଲକ୍‌ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମ ଦାଡ଼ା ସାହିରେ ଆମ୍ବ ଟାକୁଆ ଜାଉ ଖାଇ ପୂର୍ବରୁ ନଣନ୍ଦ ରୁନୁ  ମାଝୀ(୨୮) ଏବଂ ଭାଉଜ ରମିତା ପାଟମାଝୀ (୨୫)ଙ୍କ ମୃତ୍ୟୁ ଘଟିଛି ।

 ରୁନୁ  ଓ ରମିତାଙ୍କ ପରିବାର ଲୋକେ ଆମ୍ବ  ଟାକୁଆ ଜାଉ ଖାଇଥିଲେ । କିଛି ଘଣ୍ଟା ପରେ ଧୀରେଧୀରେ  ଜଣଙ୍କ ପରେ ଆଉ ଜଣେ ଅସୁସ୍ଥ ହୋଇ ପଡ଼ିଥିଲେ ।  ବିଳମ୍ବିତ ରାତିରେ ରମିତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରେ  ଲାଗିଥିଲା । ଏଣୁ ତାଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ଡାକ୍ତରଖାନାରେ  ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ  ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରିଥିଲେ । କିନ୍ତୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଯାଉ ଖାଇଥିବା ଅନ୍ୟ ୭ ଜଣଙ୍କ  ସ୍ୱାସ୍ଥ୍ୟ ଅବସ୍ଥା ବିଗିଡ଼ିବାରୁ ସେମାନଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ  ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସ୍ୱାସ୍ଥ୍ୟାବସ୍ଥା ଗୁରୁତର  ଥିବା ନେଇ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ଥାନାନ୍ତର  କରାଯାଇଥିଲା । ବ୍ରହ୍ମପୁର ନେବା ବାଟରେ ମୋହନାଠାରେ  ରୁନୁ ମାଝୀଙ୍କ ଜୀବନ ଚାଲି ଯାଇଥିଲା । ଅନ୍ୟ ୬ ଜଣ ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜିତା ମାଝୀ ଓ ଟୁନି ମାଝୀଙ୍କୁ କଟକ ଏସସିବି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.