ପ୍ରମୂଖ ଖବର
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ; ଜିଲ୍ଲାରେ ୨୨୫୩ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ

Published By : Gurupada Nath | March 30, 2025 10:43 PM

ବାରିପଦା,୩୦/୩ : ରାଜ୍ୟସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାକୁ ଭବାନୀପାଟଣାଠାରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିବା ପରେ ମୟୂରଭଞ୍ଜ ଜିଲ୍ଲା ପରିଷଦ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନା ସ୍ଥାନୀୟ ବାରିପଦା ବ୍ଲକ ପରିସରରେ ଆୟୋଜିତ ହୋଇଯାଇଛି । ଉତ୍ସବରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ ।   

ଅନ୍ତ୍ୟୋଦୟ ଗୃହ ଯୋଜନା ମାଧ୍ୟମରେ ଜିଲ୍ଲାବାସୀଙ୍କ ମୌଳିକ ଆବଶ୍ୟକତାକୁ ପୂରଣ କରାଯାଇ ପକ୍କା ଗୃହ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଡାଃ ମହାପାତ୍ର ପ୍ରକାଶ କରିବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯେଉଁମାନେ ଘର ପାଇବାରୁ ବଞ୍ଚିତ ହୋଇଛନ୍ତି, ଅତ୍ୟଧିକ ଗରିବ, ଭିନ୍ନକ୍ଷମ, ବିଧବା, ଘରପୋଡିରେ ନଷ୍ଟ ହୋଇଥିବା ବାସହୀନ, କର୍କଟ ପୀଡିତ ତଥା ହାତୀ ଦ୍ୱାରା କିମ୍ବା ବନ୍ୟା, ବାତ୍ୟା ପ୍ରପୀଡିତ ବାସହୀନଙ୍କୁ ଏହି ଯୋଜନା ମାଧ୍ୟମରେ ବାସଗୃହ ମିଳିପାରିବ ବୋଲି ସୂଚନା ଦେଇଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା ଏହି ଯୋଜନା ସଂପର୍କରେ ପ୍ରାଥମିକ ସୂଚନା ପ୍ରଦାନ କରିବା ସହ ରବିବାର ସୁଦ୍ଧା ଜିଲ୍ଲାରେ ସମୁଦାୟ ୨୨୫୩ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଉଛି ବୋଲି ସୂଚନା ଦେଇଥିଲେ । 

ଏହି ଅବସରରେ ଜିଲ୍ଲାପାଳ ହେମକାନ୍ତ ସୟ ବାରିପଦା ବ୍ଲକର ପଞ୍ଜିକୃତ ହୋଇଥିବା ୧୧୬ ଜଣ ହିତାଧିକାରୀମାନଙ୍କ ମଧ୍ୟରୁ କିଛି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ଜିଲ୍ଲାପାଳ ହେମକାନ୍ତ ସୟ, ଅତିରିକ୍ତ ଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଧର୍ମାନନ୍ଦ ବେହେରା, ଏପିଡି ଶାନ୍ତନୁ କୁମାର ନାୟକ,  ବାରିପଦା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ପ୍ରମୁଖ ଯୋଗ ଦେଇଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.