ପ୍ରମୂଖ ଖବର
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ, କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

Published By : Harapriya Sethi | October 28, 2024 1:46 PM

ପୁରୀ ୨୮/୧୦ : ଚଳିତ ବର୍ଷ ଅକ୍ଟୋବର ୨୮ ତାରିଖ ଠାରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ସୋମବାର ଦିବା ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ଦୁର୍ନୀତି ବିକାଶର ମୁଖ୍ୟ ବାଧକ । ତେଣୁ ସମ୍ମିଳିତ ଭାବେ ରାଜ୍ୟର ଉନ୍ନତି ପାଇଁ ଦୁର୍ନୀତିର ମୂଳୋତ୍ପାଟନ କରି ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ। 

ଓସୱ୍ବାନ କନଫେରେନ୍ସ କକ୍ଷରେ ଅନୁଷ୍ଠିତ ଏହି ଶପଥ ପାଠରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ଉପସ୍ଥିତ ଥିଲେ । ସେମାନଙ୍କ ସହ ଜିଲ୍ଲାପାଳ ଗୋପୀନାଥ କୁଅଁର,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ସହଦେବ ସାହୁ, ବିବେକାନନ୍ଦ ସାହୁ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା, ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ମହାରଣା, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଓ ଅନ୍ୟାନ୍ୟ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ହୋଇ ଶପଥ ପାଠ କରିଥିଲେ।

ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମସ୍ତ ଅଧିକାରୀ, କର୍ମଚାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଓ ଉପ ଜିଲ୍ଲାପାଳ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ । ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟର ଓସୱ୍ବାନ ହଲରେ ବିଡ଼ିଓ, ତହସିଲଦାର, ସିଡିପିଓ ଓ ଅନ୍ୟାନ୍ୟ ଅଧିକାରୀ ଏବଂ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟାଳୟ, ଲାଇନ ଡିପାର୍ଟମେଣ୍ଟରେ ଏହି ଶପଥ ପାଠ ଏକ ସମୟରେ କରାଯାଇଥିଲା ।ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନରେ ଏହି ଶପଥ ପାଠ କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.