କେନ୍ଦୁଝର, ୦୩/୦୬: ନିଶାର କୁପରିଣାମ ଓ ସମାଜରେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ ହୋଇଛି ନିଶା ନିବାରଣ ସଚେତନତା ଅଭିଯାନ । କେନ୍ଦୁଝର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଅବକାରୀ ବିଭାଗ ଆନୁକୂଲ୍ୟରେ ଏକ ନିଶା ନିବାରଣ ସଚେତନତା ରଥ ଶୁଭାରମ୍ଭ କରାଯାଇଛି ।  ଏହି ସଚେତନତା ରଥ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରିବାକୁ ଲକ୍ଷ୍ୟ ରଖାଯାଇଛି । 

ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ରଥକୁ ସବୁଜ ପତାକା ଦେଖାଇ ପରିକ୍ରମା ପାଇଁ ସିଗନାଲ୍ ଦେଇଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ଵିଶାଲ ସିଂହ, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଜିଲ୍ଲା ଅବକାରୀ ଅଧିକ୍ଷକ ଦିବ୍ୟରଞ୍ଜନ ଦୀପ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାଏ ଏବଂ ବିଭାଗୀୟ ସମସ୍ତ ଅଧିକାରୀ ଉପସ୍ଥିତ ରହିଥିଲେ ।  ଏହି ରଥ ଜିଲ୍ଲାର ବିଭିନ୍ନ ବ୍ଲକ୍ ପରିକ୍ରମା କରି ଜନସାଧାରଣଙ୍କୁ ନିଶାର କୁପରିମାଣ ଉପରେ ସଚେତନ କରାଇବ ।