ପ୍ରମୂଖ ଖବର
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ମାମଲା: ଜବାବ ଦାଖଲ କରିବା ପାଇଁ ସମୟ ନେଲେ ରାଜ୍ୟ ସରକାର

Published By : Harapriya Sethi | March 19, 2025 2:53 PM

ଭୁବନେଶ୍ୱର, ୧୯/୦୩: ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ମାମଲାରେ ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର । ଅନ୍ତରୀଣ ରହିତାଦେଶ ନିର୍ଦ୍ଦେଶ ବଳବତ୍ତର ରହିଛି । ଫେବୃଆରୀ ୨୦୧୭ ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟ ପଞ୍ଜୀକରଣ କରିବାକୁ ବିଜ୍ଞପ୍ତି ଜାରି ହୋଇଥିଲା । ବିଜ୍ଞପ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଲଗାଇଛନ୍ତି । ଆସନ୍ତା ସପ୍ତାହରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।

ସୂଚନାଯୋଗ୍ୟ ଯେ, ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ ରହିଛି । ଗୃହ ଏବଂ ନିର୍ମାଣ ବିଭାଗ ଆଣିଥିବା ବିଜ୍ଞପ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଚଳିତ ବର୍ଷ ଫେବୃୟାରୀ ପହିଲାରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଥିଲା ।

୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜୀକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ ଅନୁଯାୟୀ କରିହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଥିଲା । କିନ୍ତୁ ରେରା ଆଇନ ଆସିବା ପୂର୍ବରୁ ଶେଷ ହୋଇଥିବା ଆପାର୍ଟମେଣ୍ଟ ମଧ୍ୟ ରେରା ଆଇନ ପରିସରଭୁକ୍ତ ହେବାର ଆବଶ୍ୟକତା ଅଛି ବୋଲି ଆବେଦନକାରୀ ବିମଳେନ୍ଦୁ ପ୍ରଧାନଙ୍କ ପକ୍ଷରୁ ଯୁକ୍ତି ରଖାଯାଇଥିଲା । ଯାହାକୁ କୋର୍ଟ ଗ୍ରହଣ କରିବା ସହିତ ସରକାରୀ ବିଜ୍ଞପ୍ତି ଉପରେ ଅଙ୍କୁଶ ଜାରି କରିଥିଲେ । ଏ ନେଇ ଜବାବ ରଖିବା ଲାଗି ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ହୋଇଥିଲା । ବୁଧବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଦିନ ଧାର୍ଯ୍ୟ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.