ଭୁବନେଶ୍ୱର: ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ବି.ଏଡ୍,ଏମ୍.ଏଡ୍, ବି.ଏଚ୍.ଏଡ୍ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ଆସନ୍ତା ୨୪ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଆବେଦନକାରୀମାନଙ୍କ ପାଇଁ ମାର୍ଚ୍ଚ ୨୪ ତାରିଖ ଠାରୁ Common Application Form (CAF) ପୂରଣ ପ୍ରକିୟା ଆରମ୍ଭ ହେବ ।
ବି.ଏଡ୍/ଏମ.ଏଡ୍/ ବି.ଏଚ.ଏଡ୍ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକ୍ରିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ । ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ ।ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବି.ଏଡ୍/ଏମ. ଏଡ୍/ ବି.ଏଚ୍.ଏଡ୍ ପାଠ୍ୟକ୍ରମକୁ ଆସନ୍ତା ଜୁଲାଇ୨୪ ତାରିଖ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ।