ପ୍ରମୂଖ ଖବର
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଏପ୍ରିଲ ୧୦ରୁ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ, ୨ଟି ପର୍ଯ୍ୟାୟରେ ହେବ ଖାତାଦେଖା

ଭୁବନେଶ୍ୱର,୦୨/୦୪: ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ୨ ଖାତା ମୂଲ୍ୟାୟନ ପ୍ରକ୍ରିୟା । ୨ଟି ପ୍ରର୍ଯ୍ୟାୟରେ ଉଭୟ ଅନ୍‌ଲାଇନ୍‌ ଓ ଅଫଲାଇନ୍‌ରେ ଖାତା ମୂଲ୍ୟାୟନ ହେବା ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ଜୁନ୍‌ ପ୍ରଥମ ସପ୍ତାହ ସୁଦ୍ଧା ସମସ୍ତ ରେଜଲ୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି । ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ୬୫ଟି ଅଫଲାଇନ୍‌ ଜୋନ୍‌ ହୋଇଥିବା ବେଳେ ୩୯ଟି ଅନ୍‌ଲାଇନ୍‌ ଜୋନ୍‌ କରାଯାଇଛି ।

ପ୍ରଥମ ପର୍ଯ୍ୟାୟ ଅନଲାଇନ୍‌ ମୂଲ୍ୟାୟନ ଏପ୍ରିଲ ୧୦ରୁ ଆରମ୍ଭ ହୋଇ ୨୨ ତାରିଖ ମଧ୍ୟରେ ଶେଷ ହେବ । ଅଫଲାଇନ୍‌ ୧୦ରୁ ଆରମ୍ଭ ହୋଇ ୨୧ ତାରିଖରେ ସରିବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲାଇନ୍‌ ମୂଲ୍ୟାୟନ ୨୭ ତାରିଖରୁ ଆରମ୍ଭ ହୋଇ ମେ ୭ତାରିଖ ପର୍ଯ୍ୟନ୍ତ ଚାଲିବ । ଅଫଲାଇନ୍‌ରେ ୨୩ ଏପ୍ରିଲ୍‌ରୁ ଆରମ୍ଭ ହୋଇ ମେ୪ରେ ଶେଷ ହେବ । ସମସ୍ତ ଖାତା ଦେଖା ମେ ୭ତାରିଖ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରହିଛି । ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ମେ ୩୧ ସୁଦ୍ଧା ପ୍ରକାଶିତ ହେବ ବୋଲି ସ୍ଥିର ହୋଇଛି । ସେହିପରି କଳା ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଜୁନ୍‌ ପ୍ରଥମ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.