ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜଳ ସେଚିତ ଜମିରେ ଫସଲ ନଷ୍ଟ ହୋଇଥିଲେ ଚାଷୀଙ୍କୁ ମିଳିବ ୧୭୦୦୦ କ୍ଷତିପୂରଣ

Published By : Rasmita Pradhan | October 26, 2024 2:04 PM

ଭୁବନେଶ୍ଵର, ୨୬/୧୦ : ଚାଷୀଙ୍କୁ ମିଳିବ ବାତ୍ୟା କ୍ଷତିପୂରଣ। ଅଧା ହେକ୍ଟର ଚାଷ ଜମି ନଷ୍ଟ ହୋଇଥିଲେ ମିଳିବ ୪ ହଜାର୨୦୦ ସହାୟତା। ସେହିପରି ଅଳ୍ପ କିଛି କ୍ଷତି ହୋଇଥିଲେ ମିଳିବ ସର୍ବନିମ୍ନ ୧୦୦୦ ଟଙ୍କା। ଜଳ ସେଚିତ ଜମିରେ ଫସଲ ନଷ୍ଟ ହୋଇଥିଲେ ମିଳିବ ୧୭୦୦୦ ଟଙ୍କା। ସେହି ଜମିରେ ଛୋଟ ଚାଷୀଙ୍କୁ ସର୍ବନିମ୍ନ ମିଳିବ ୨୦୦୦ ଟଙ୍କା। ଆଗ୍ରୋ ଫରେଷ୍ଟ/ ପ୍ଲାଣ୍ଟେସନ ଚାଷ ନଷ୍ଟ ହୋଇଥିଲେ ହେକ୍ଟର ପିଛା ମିଳିବ ୨୨୫୦୦ ଟଙ୍କା। ଅତି କମ୍‌ରେ ୨୫୦୦ ଚାଷୀଙ୍କୁ ମିଳିବ କ୍ଷତିପୂରଣ। ରାଜସ୍ୱ ଓ କୃଷି ଅଧିକାରୀଙ୍କ ମିଳିତ ସହଯୋଗରେ କ୍ଷୟକ୍ଷତି ଗଣନା କରାଯାଇ ଏହି କ୍ଷତିପୂରଣ ଦିଆଯିବ। ଏନେଇ କୃଷି ସଚିବ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି। 

ପ୍ରାଥମିକ ଆକଳନ ରିପୋର୍ଟ ଅନୁଯାୟୀ, ରାଜ୍ୟରେ ୭୯ ହଜାର ୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା, ଯାଜପୁର   ବାଲେଶ୍ଵର ଓ ଭଦ୍ରକରେ ଚାଷ ଜମି ଅଧିକ ପ୍ରଭାବିତ ହୋଇଛି। ୧ ଲକ୍ଷ ୯୯ ହଜାର ୧୭୭ ଏକର ଜମିରେ ଚାଷ କ୍ଷତିଗସ୍ତ ହୋଇଛି। କେନ୍ଦ୍ରାପଡ଼ାରେ ୨୩ ହଜାର ହେକ୍ଟର ଜମି କ୍ଷତି ହୋଇଛି। ସର୍ବାଧିକ ରାଜକନିକା, ଆଳି, ମହାକାଳପଡ଼ା କ୍ଷତିଗ୍ରସ୍ତ ହୋଇଛି। ଭଦ୍ରକରେ ୨୪ ହଜାର ୧୧୫ ହେକ୍ଟର ଜମି କ୍ଷତି ହୋଇଛି। ବାସୁଦେବପୁର, ଚାନ୍ଦବାଲି, ଭଣ୍ଡାରିପୋଖରି, ଧାମନଗରରେ କ୍ଷତି ହୋଇଛି। ବାଲେଶ୍ଵରରେ ୩୧୪୦ ହେକ୍ଟର ଜମି କ୍ଷତି ହୋଇଛି। ସେହିପରି ମୟୂରଭଞ୍ଜରେ ମୋଟ ୨୩୮୧ ହେକ୍ଟର ଚାଷ ଜମି କ୍ଷୟକ୍ଷତି ହୋଇଛି। ଯାଜପୁରରେ ୨୭୦୯, ଜତସିଂହପୁର ୨୪୯୮ ହେକ୍ଟର ଜମି କ୍ଷୟକ୍ଷତି ହୋଇଛି।

କୃଷି ମନ୍ତ୍ରୀ କହିଛନ୍ତି ଯେ, ଜିଲ୍ଲାସ୍ତରରୁ ଆଖି ଦେଖା ରିପୋର୍ଟ ଆସିଛି। ବର୍ଷା କମିଲା ପରେ ଫିଲ୍ଡକୁ ଯାଇ ଜିଓ ଟ୍ୟାଗିଂ କରି ସରକାରଙ୍କୁ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ, SRC ଓ କୃଷି ବିଭାଗ ରିପୋର୍ଟ ଦେଖି ନିଷ୍ପତ୍ତି ନେବେ। ଏସଆରସିଙ୍କ ନୂଆ ଗାଇଡଲାଇନ୍ ଅନୁଯାୟୀ କ୍ଷତିପୂରଣ ଦିଆଯିବ। ଜିଲ୍ଲାସ୍ତରରୁ ରିପୋର୍ଟ ଆସିଲେ ଏସଆରସିଙ୍କୁ ଦିଆଯିବ। ଡିବିଟି ମାଧ୍ୟରେ ଲୋକଙ୍କୁ କ୍ଷତିପୂରଣ ଦିଆଯିବ। ଭୁଲ ରିପୋର୍ଟ ନଦେବା ପାଇଁ ସତର୍କ କରାଯାଉଛି। ଧରାପଡ଼ିଲେ ସରକାର କାର୍ଯ୍ୟାନୁଷ୍ଠାନ ନେବେ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.