PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ନେତାଙ୍କୁ ବ୍ଲାକ୍‌ମେଲିଂ, ଅର୍ଚ୍ଚନା ଗିରଫ : ୩ ପ୍ରଯୋଜକ, ୬ ବ୍ୟବସାୟୀ ଓ ପୁଲିସ୍‌ ବି ଫସିଛନ୍ତି

ଭୁବନେଶ୍ୱର,୭/୧୦ : ରାଜନେତାଙ୍କ ସହ ଫେସ୍‌ବୁକ୍‌ରେ ସମ୍ପର୍କ । କିଛିଦିନ ପରେ ଫୋନ୍‌ରେ ପ୍ରେମାଳାପ । ତା’ପରେ ଶାରୀରିକ ସମ୍ପର୍କ ସ୍ଥାପନ । ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ସୁଟିଂ କରି ବ୍ଲାକ୍‌ମେଲ୍‌ କରି ଲକ୍ଷ ଲକ୍ଷ ଟଙ୍କା ଆଦାୟ କରିବା ମୂଳ ଲକ୍ଷ୍ୟ । ଏମିତି ବ୍ଲାକ୍‌ମେଲିଂ କରୁଥିବା ଜଣେ ମହିଳାଙ୍କୁ ଗିରଫ କରିଛି କମିଶନରେଟ୍‌ ପୁଲିସ୍‌ । ତାଙ୍କ ନାଁ ଅର୍ଚ୍ଚନା ନାୟକ । ତାଙ୍କ ଠାରୁ ପୁଲିସ୍‌ ୨ଟି ପେନ୍‌ଡ୍ରାଇଭ୍‌ ଓ ୨ଟି ମୋବାଇଲ୍‌ ଜବତ କରିଛି । ସେ ପେନ୍‌ଡ୍ରାଇଭରେ ନେତା, ପୂର୍ବତନ ମନ୍ତ୍ରୀ, ବ୍ୟବସାୟୀ, ପୁଲିସ୍‌  ଓ ବିଲ୍ଡରଙ୍କ ବହୁ ଅଶ୍ଳୀଳ ଫଟୋ ଓ ଭିଡିଓ ଥିବା କମିଶନରେଟ୍‌ ପୁଲିସ୍‌ର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି । ଶୁକ୍ରବାର ଅର୍ଚ୍ଚନାଙ୍କୁ ମହିଳା ଥାନା କିମ୍ବା ଖଣ୍ଡଗିରି ଥାନା ପୁଲିସ୍‌ କୋର୍ଟ ଚାଲାଣ କରିବ ବୋଲି ଜଣାପଡ଼ିଛି ।

ପୁଲିସ୍‌ ଠାରୁ ମିଳିଥିବା ସୂଚନା ମୁତାବକ, ଅର୍ଚ୍ଚନାଙ୍କ ସ୍ୱାମୀ ବ୍ୟବସାୟ କରନ୍ତି । ଅର୍ଚ୍ଚନା ନିଜକୁ ଓକିଲ ଓ ଜଣେ ପ୍ରତିଷ୍ଠିତ ରାଜନୈତିକ ଦଳର ସଦସ୍ୟା ବୋଲି ପରିଚୟ ଦେଉଥିଲେ । ନେତା, ମନ୍ତ୍ରୀ, ପ୍ରଯୋଜକ, ବ୍ୟବସାୟୀ ଓ ପୁଲିସ୍‌ଙ୍କୁ ଫେସ୍‌ବୁକ୍‌ରେ ଫ୍ରେଣ୍ଡ୍‌ ରିକ୍ୟୁଏଷ୍ଟ ପଠାଉଥିଲେ । ସୋସିଆଲ୍‌ ମିଡିଆରେ ବନ୍ଧୁ ହେଲା ପରେ ଫୋନ୍‌ ନମ୍ବର ମାଗି ଆଣି କଥା ହେଉଥିଲେ । ପ୍ରେମରେ ଯିଏ ଫସୁଥିଲା  ଅର୍ଚ୍ଚନା ତାଙ୍କୁ ଘରକୁ ଡାକୁଥିଲେ । ଯେଉଁ ରୁମ୍‌ରେ ଅନ୍ତରଙ୍ଗ ମୁହୂର୍ତ୍ତ କଟୁଥିଲା ସେଠାରେ ଗୁପ୍ତ କ୍ୟାମେରା ଲାଗୁଥିଲା । ତା’ପରେ ସେହି ଫୁଟେଜ୍‌କୁ ଦେଖାଇ ଲକ୍ଷ ଲକ୍ଷ ଟଙ୍କା ଆଦାୟ କରୁଥିଲେ । ୨୦୨୧ରେ ଜଣେ ପୂର୍ବତନ ନେତା ତାଙ୍କ ବ୍ଲାକ୍‌ମେଲିଂର ଶିକାର ହୋଇଥିଲେ । ତାଙ୍କୁ ୫୦ ଲକ୍ଷ ଟଙ୍କା ମାଗିଥିଲେ । ସେ ଟଙ୍କା ନ ଦେବାରୁ ଅର୍ଚ୍ଚନା ମହିଳା ଥାନାରେ ବଳାତ୍କାର ଅଭିଯୋଗ ଆଣିଥିଲେ । ମହିଳା ଥାନା ପୁଲିସ୍‌ ମାମଲା ରୁଜୁ କରିଥିଲା । ତାଙ୍କୁ ପୁଲିସ୍‌ ଧାରା ୧୬୧ରେ ବୟାନ ରେକର୍ଡ କରିବାକୁ ଡାକିଥିଲା । ହେଲେ ସେ ଯିବାକୁ ମନା କରିଥିଲେ ।

ଗତ ମେ’ ମାସରେ ଜଣେ ଓଡିଆ ସିନେମା ପ୍ରଯୋଜକଙ୍କୁ ବ୍ଲାକ୍‌ମେଲିଂ କରି ତାଙ୍କୁ ୨୦ ଲକ୍ଷ ମାଗିଥିଲେ । ସେ ଟଙ୍କା ନ ଦେବାରୁ ଖଣ୍ଡଗିରି ଥାନାରେ ଅଭିଯୋଗ କରିଲେ । ଏହା ସଂପୃକ୍ତ ପ୍ରଯୋଜକ ଜାଣିବା ପରେ ତାଙ୍କୁ ଟଙ୍କା ଦେଇଥିଲେ । ପରେ ପ୍ରଯୋଜକ ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ । ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା । କିଛିଦିନ ତଳେ ନୂଆପଲ୍ଲୀ ଥାନାରେ ଜଣେ ଅନ୍ୟ ଜଣେ ବରିଷ୍ଠ ପ୍ରଯୋଜକ ଅର୍ଚ୍ଚନାଙ୍କ ନାଁରେ ଏତଲା ଦେଇଥିଲେ । ଏତଲାରେ ଦର୍ଶାଇଥିଲେ ଅର୍ଚ୍ଚନା ଓ ଅନ୍ୟ କିଛି ବ୍ୟକ୍ତି ତାଙ୍କୁ ବ୍ଲାକ୍‌ମେଲିଂ କରି ୩ କୋଟି ଟଙ୍କା ମାଗୁଛନ୍ତି । ସେବେଠୁ ପୁଲିସ୍‌ ଅର୍ଚ୍ଚନାଙ୍କୁ ଖୋଜୁଥିଲା । ଗତକାଲି ବିଳମ୍ବିତ ରାତିରେ ପୁଲିସ୍‌ ତାଙ୍କୁ ଗିରଫ କରିଛି ।

ସମ୍ବନ୍ଧିତ ଖବର