ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଜେଲ୍‌ରୁ ବାହାରକୁ ଆସିବେ କେଜ୍ରିଓ୍ବାଲ, ଜୁନ୍ ୧ ପର୍ଯ୍ୟନ୍ତ ସର୍ବୋଚ୍ଚ ଅଦାଲତ ଦେଲେ ଅନ୍ତରୀଣ ଜାମିନ୍

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ସୁପ୍ରିମ ଆଶ୍ବସ୍ଥି। ଜୁନ୍ ୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ତାଙ୍କୁ ମିଳିଛି ଅନ୍ତରୀଣ ଜାମିନ। ତା’ପର ଦିନ ଅର୍ଥାତ୍ ଜୁନ୍ ୨ ତାରିଖରେ ତାଙ୍କୁ ଆତ୍ମସମର୍ପଣ କରିବାକୁ କୋର୍ଟ ଦେଇଛନ୍ତି ନିର୍ଦ୍ଦେଶ।

କେଜ୍ରିୱାଲଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଅନ୍ତରୀଣ ଜାମିନ ଆବେଦନ ଉପରେ ଶୁଣାଣି କରିଛନ୍ତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତ। ଦିଲ୍ଲୀର ମଦ ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଚାଲିଥିବା ଲୋକସଭା ନିର୍ବାଚନ ପ୍ରଚାରରେ ଅଂଶଗ୍ରହଣ କରିବାକୁ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ କରାଯାଇଥିଲା। ଯାହାକୁ ଅଦାଲତ ମଞ୍ଜୁରୀ ଦେଇଛନ୍ତି।

କୋର୍ଟ ଦିଲ୍ଳୀ ମୁଖ୍ୟମନ୍ତ୍ରୀଙ୍କୁ ଜୁନ୍‌ ୨ ତାରିଖରେ ଆସି ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ ୨୧ ତାରିଖରେ ଇଡି ଦ୍ବାରା ଗିରଫ ହେବା ପରେ କେଜ୍ରିୱାଲ୍‌ ଏବେ ତିହାର ଜେଲ୍‌ରେ ଅଛନ୍ତି। ତେବେ କେଜ୍ରିୱାଲ୍‌ଙ୍କ ପକ୍ଷରୁ ଓକିଲ ଅଭିଷେକ ମନୁ ସିଙ୍ଘଭି ତାଙ୍କୁ ଜୁନ୍‌ ୫ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍‌ ଦେବାକୁ ଆବେଦନ କରିଥିବା ବେଳେ ଜଷ୍ଟିସ୍‌ ଖାନ୍ନା ମନା କରି ଦେଇଛନ୍ତି।

ଉଲ୍ଲେଖନୀୟ ଯେ, ଗତ ମାର୍ଚ୍ଚ ୨୧ ତାରିଖରେ ଇଡି ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବେ ତିହାର ଜେଲରେ ଅଛନ୍ତି। ଆଜି ସେ ଜେଲ୍‌ରୁ ବାହାରି ପାରନ୍ତି। ଏହା ଆପ୍‌ର ନେତା ଓ କର୍ମୀଙ୍କ ମନୋବଳକୁ ବଢ଼ାଇବ ବୋଲି କୁହାଯାଉଛି। ଦଳ ପାଇଁ ଏବେ ପ୍ରଚାର କରିପାରିବେ କେଜ୍ରିୱାଲ। ବିଶେଷ କରି ଦିଲ୍ଲୀ ଓ ପଞ୍ଜାବରେ ଦଳ କ୍ଷମତାରେ ଥିବାରୁ ଏହି ଦୁଇ ସ୍ଥାନରେ କେଜ୍ରିୱାଲ ଜୋରଦାର ପ୍ରଚାର କରିବେ ବୋଲି କୁହାଯାଉଛି। ଦିଲ୍ଲୀରେ ମେ’ ୨୫ ତାରିଖରେ ଭୋଟ୍ ହେବାକୁ ଥିବା ବେଳେ ପଞ୍ଜାବରେ ଜୁନ୍ ୧ ତାରିଖରେ ମତଦାନ ହେବ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.