ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗୁଇନ୍ଦା ଏଜେନ୍ସି ପକ୍ଷରୁ ଆଲର୍ଟ ଜାରି

Published By : Anindita Ratha | January 15, 2025 10:42 AM

ନୂଆଦିଲ୍ଲୀ,୧୫/୦୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ । ଏନେଇ ସରଗରମ ରାଜନୀତି । ଏହାରି ମଧ୍ୟରେ ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗୁଇନ୍ଦା ଏଜେନ୍ସି ପକ୍ଷରୁ ଆଲର୍ଟ ଜାରି । ଦିଲ୍ଲୀ ନିର୍ବାଚନ ସମୟରେ ଅରବିନ୍ଦ କେଜ୍ରିୱାଲଙ୍କ ସମେତ ଅନେକ ନେତାଙ୍କୁ ଆକ୍ରମଣ କରାଯାଇପାରେ ବୋଲି  ଗୁଇନ୍ଦା ଏଜେନ୍ସି ଏକ ସତର୍କ ସୂଚନା ଜାରି କରିଛି। 

ତେବେ ଦିଲ୍ଲୀ ପୋଲିସ ସୂତ୍ର ଅନୁଯାୟୀ, ଖାଲିସ୍ତାନୀ ଆତଙ୍କବାଦୀମାନେ ନିର୍ବାଚନୀ ମାହୋଲ ନଷ୍ଟ କରିବା ପାଇଁ ଦିଲ୍ଲୀର ନେତାଙ୍କ ଉପରେ ଆକ୍ରମଣ କରିପାରନ୍ତି।   ଦିଲ୍ଲୀ ନିର୍ବାଚନ ସମୟରେ ଅନେକ ନେତା ଟାର୍ଗେଟରେ ରହିପାରନ୍ତି। ପ୍ରକାଶ ଥାଉକି, ନିର୍ବାଚନୀ ରାଲି  କିମ୍ବା ସାଧାରଣ ସଭାରେ ନେତାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ଏବଂ ସତର୍କତା ଅନୁଯାୟୀ ସମୟ ସମୟରେ ସୁରକ୍ଷା ସମୀକ୍ଷା କରାଯାଉଛି।  

ଏହା ମଧ୍ୟ ପଢନ୍ତୁ-ଦିଲ୍ଲୀ ନିର୍ବାଚନ ; ତେଜିଲା ଆପ୍-ବିଜେପି ପୋଷ୍ଟର ୱାର, 'ଗାଲିବାଜ୍' ବନାମ୍ 'ଆପ୍ ଦା-ଏ- ଆଜମ୍'

ତେବେ ଫେବୃଆରୀ  ୫ ରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ନେତାଙ୍କ ଦ୍ୱାରା ଅନେକ ରାଲିର ଆୟୋଜନ କରାଯାଉଛି। ମଙ୍ଗଳବାର ଅର୍ଥାତ୍ ଗତକାଲି ୫୬ ଜଣ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ଏପର୍ଯ୍ୟନ୍ତ ୮୫ଟି ନାମାଙ୍କନପତ୍ର ଦାଖଲ କରାଯାଇଛି, ସେଥିମଧ୍ୟରୁ ଜାନୁଆରୀ ୧୩ ରେ ୨୦ ଟି ନାମାଙ୍କନପତ୍ର ଦାଖଲ କରାଯାଇଛି  । ସେହିପରି ଜାନୁଆରୀ ୧୦ ରେ ୯ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଫେବୃଆରୀ ୮ ରେ ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଆସିବ।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.