ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜାମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କୀ ହମଲା,ସାଉଦି ଆରବ ଗସ୍ତ ଅଧାରୁ ଫେରି କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଯୋଗଦେଲେ ମୋଦି

Published By : Anindita Ratha | April 23, 2025 8:33 AM

ନୂଆଦିଲ୍ଲୀ,୨୩/୦୪:  ଜାମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କୀ ହମଲା ପରେ ସାଉଦି ଆରବ ଗସ୍ତ ଅଧାରୁ ଫେରିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ଯାଇଥିଲେ  ମୋଦି। ଆସନ୍ତାକାଲି ଫେରିବାର ଥିଲା। କିନ୍ତୁ ଆଜି ସକାଳେ ଦିଲ୍ଲୀରେ ପହଞ୍ଚି ସୁରକ୍ଷା ସମ୍ପର୍କିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଯୋଗ ଦେଇଛନ୍ତି। ଦିଲ୍ଲୀ ପାଲମ ବିମାନବନ୍ଦରରେ ଏହି ଉଚ୍ଚସ୍ତରୀୟ ବୈଠକ ବସିଛି। ଏହି ବୈଠକରେ ଏନ୍‌ଏସ୍‌ଏ ଅଜିତ ଡୋଭାଲ ଓ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ସାମିଲ ହୋଇଛନ୍ତି।

ଏହା ମଧ୍ୟ ପଢନ୍ତୁ-  ଜମ୍ମୁ ଓ କାଶ୍ମୀର ପହଲଗାମ ଆତଙ୍କବାଦୀ ଆକ୍ରମଣ: ସାଉଦି ଆରବ ଗସ୍ତକୁ ସଂକ୍ଷିପ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ; ରାତିସୁଦ୍ଧା ଫେରିବେ ଭାରତ

ପ୍ରଧାନମନ୍ତ୍ରୀ ବିଦେଶ ଯାତ୍ରାରୁ ଫେରିବାର ତୁରନ୍ତ ପରେ ଏହି ବୈଠକ ଡ଼କାଇଛନ୍ତି । ଯେଉଁଥିରେ ଆତଙ୍କୀ ହମଲାର ଗମ୍ଭୀରତା,ଅନ୍ତରାଷ୍ଟ୍ରୀୟ ପ୍ରତିକ୍ରିୟା ଓ ସୁରକ୍ଷା ରଣନୀତି ଉପରେ ବିସ୍ତାର ଭାବେ ଆଲୋଚନା କରାଯାଇଛି । ଅଧିକାରୀଙ୍କ ସୂତ୍ର ଅନୁଯାୟୀ, ପହଲଗାମରେ ହୋଇଥିବା ଆତଙ୍କୀ ହମଲାର ସ୍ଥିତିକୁ ଦେଖି ମୋଦି ଗତରାଲି ରାତିରେ ଆରବର କ୍ରାଉନ ପ୍ରିନ୍ସ ଏବଂ ପ୍ରଧାନମନ୍ତ୍ରୀ ମହମ୍ମଦ ବିନ୍ ସଲମାନଙ୍କ ସହିତ ବୈଠକ ପରେ ତୁରନ୍ତ ଭାରତ ଫେରିବାକୁ ନିର୍ଣ୍ଣୟ ନେଇଥିଲେ । ଆଉ ଆଜି ସକାଳ ୭ ଟାରେ ନୂଆଦିଲ୍ଲୀରେ ପହଞ୍ଚିଥିଲେ ।  ତେବେ ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ସାରା ବିଶ୍ବ ନିନ୍ଦା କରିଛି ।  ଏଥିରେ ମୋଟ ୨୬ ଜଣ ପ୍ରାଣ ହରାଇଥିବା ବେଳେ ହୃଦୟ ବିଦାରକ ଦୃଶ୍ୟ ସମସ୍ତଙ୍କୁ ଚକିତ କରିଦେଇଛି । ତେବେ ଏହି ଘଟଣାକୁ ଭାରତ ମଧ୍ୟ ଅତି ଗମ୍ଭୀରତାର ସହ ନେଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.