ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଆଶ୍ରମ ବିଦ୍ୟାଳୟ ଛାତ୍ରୀଙ୍କ ମୃତ୍ୟୁ; ବିଦ୍ୟାଳୟ କର୍ତ୍ତୃପକ୍ଷ ଚିକିତ୍ସାରେ ଅବହେଳା ଅଭିଯୋଗ

Published By : Gurupada Nath | March 21, 2025 4:18 PM

ଫୁଲବାଣୀ,୨୧/୩ :  ସଦର ବ୍ଲକ ଅନ୍ତର୍ଗତ ଗୁମାଗଡ ସେବାଶ୍ରମରେ ପଢୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ କଟ୍ରିଙ୍ଗିଆ ପଞ୍ଚାୟତ ନେଡିପଦର ଗ୍ରାମର ଗୌରାଙ୍ଗ ଚରଣ ଦିଗାଲଙ୍କ ଝିଅ ମଞ୍ଜୁଲତା (୧୫) ବୋଲି ଜଣାପଡିଛି। ସେ ଗୁମାଗଡ ଆଶ୍ରମ ବିଦ୍ୟାଳୟର ହଷ୍ଟେଲରେ ରହି ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିଲେ। 

ସୂଚନା ଅନୁସାରେ, ତିନି ଦିନ ତଳେ ତାଙ୍କୁ ଜ୍ବର ହୋଇଥିଲା। ଶୁକ୍ରବାର ଅପରାହ୍ନରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଗୁମାଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଅବସ୍ଥା ଗୁରୁତର ହେବାରୁ ରାତିରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ସକାଳୁ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମଞ୍ଜୁଲତା ପୁର୍ବରୁ ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ପରିବାର ପକ୍ଷରୁ ସଦର ଥାନାରେ ଦିଆଯାଇଥିବା ଏତଲାରେ କୁହାଯାଇଛି। 

ଅପରପକ୍ଷେ, ବିଦ୍ୟାଳୟ କର୍ତ୍ତୃପକ୍ଷ ଚିକିତ୍ସାରେ ଅବହେଳା କରିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି । ସଦର ଥାନା ପୁଲିସ ଶବକୁ ବ୍ୟବଛେଦ କରି ପରିବାରକୁ ହସ୍ତାନ୍ତର କରିଛି । ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇ ତଦନ୍ତ ଚାଲିଥିବା ସବ ଇନ୍ସପେକ୍ଟର ସମ୍ବିତ ବେହେରା କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.