ପ୍ରମୂଖ ଖବର
  • ପାକିସ୍ତାନରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ସମେତ ୫ ମୃତ
  • ||
  • ଚାକିରି କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ୫୦ ପ୍ରତିଶତକୁ ବୃଦ୍ଧି କରିବେ ଉତ୍ତର ପ୍ରଦେଶ ସରକାର
  • ||
  • ଅଷ୍ଟ୍ରେଲିଆରେ ଭାରତ ବିରୋଧୀ ସ୍ଲୋଗାନ, ସ୍ୱାଧୀନତା ଦିବସରେ ଖଲିସ୍ତାନ ସମର୍ଥକଙ୍କ ଦାଦାଗିରି
  • ||
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ଅସ୍ତରଙ୍ଗ ଥାନା ଅଧିକାରୀ ସସ୍‌ପେଣ୍ଡ

Published By : Gurupada Nath | August 15, 2025 11:20 PM

ଭୁବନେଶ୍ଵର,୧୫/୮ : ଅସ୍ତରଙ୍ଗ ଥାନା ଅଧିକାରୀ ନିଲମ୍ବିତ। ଥାନା ଅଧିକାରୀ ରାଜେଶ ବଳିୟାରସିଂଙ୍କୁ ନିଲମ୍ବିତ କଲେ ପୋଲିସ ମହାନିର୍ଦ୍ଦେଶକ । ରାଜେଶ କୋରାପୁଟ ଜିଲ୍ଲା ଜୟପୁର ଥିବା ବେଳେ ଗଞ୍ଜେଇ ବେପାରୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ରାଜେଶଙ୍କ ସହ ଆଉ ୩ ଜଣଙ୍କ ନାଁ ମଧ୍ୟ ହତ୍ୟାକାଣ୍ଡରେ ସାମିଲ ଥିଲେ।

ମୃତକଙ୍କ ପରିବାର ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ। ପୋଲିସ କିଛି ନଶୁଣିବାରୁ ରାଜ୍ୟ ମାନବଧିକାରୀଙ୍କ କମିଶନଙ୍କ ଦ୍ବାରସ୍ଥ ହୋଇଥିଲେ ମୃତକଙ୍କ ପରିବାର ଲୋକେ। ଏହି ମାମଲାରେ ଗତକାଲି ଜୟପୁର ପୋଲିସ ରାଜେଶଙ୍କୁ ଭୁବନେଶ୍ବରରୁ ଧରି କ୍ୟାପିଟାଲ ଥାନାକୁ ଆଣିଥିଲା। ରାଜେଶ ପୋଲିସଙ୍କୁ ଚକମା ଦେଇ କ୍ୟାପିଟାଲ ଥାନାରୁ ଚମ୍ପଟ ମାରିଥିଲେ।ରାଜେଶ ଏବେ ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅଧିକାରୀ ଭାବେ କାର‌୍ୟ୍ୟ କରୁଥିଲେ। ତାଙ୍କ ବିରୋଧରେ ବିଭାଗୀୟ କାର‌୍ୟ୍ୟାନୁଷ୍ଠାନ ନିଆଯାଇ ପୋଲିସ ଡିଜି ରାଜେଶଙ୍କୁ ନିଲମ୍ବିତ କରିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.