PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ : ବୌଦ୍ଧ ୫୭ନଂ ଜାତୀୟ ରାଜପଥ ଖୁଣ୍ଟବନ୍ଧ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ
  • ||
  • ଭୁବନେଶ୍ବର : ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ ଓ ୨୦ଆହତ
  • ||
  • ନୟାଗଡ଼ : ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା, ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ
  • ||
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଶ୍ରୀମନ୍ଦିର ଗର୍ଭଗୃହ ସମ୍ପୂର୍ଣ୍ଣ ସୁରକ୍ଷିତ : ଏଏସଆଇ

ପୁରୀ, ୩।୭ ଶ୍ରୀମନ୍ଦିର ଗର୍ଭଗୃହରେ କୌଣସି ସଙ୍କଟ ନାହିଁ। ଗର୍ଭଗୃହ ସମ୍ପୂର୍ଣ୍ଣ ସୁରକ୍ଷିତ ରହିଛି।  କେବଳ ଧଳା ଆସ୍ତରଣରେ କେମିକାଲ ଦିଆଯିବ। ରବିବାର  କୋର କମିଟି ଓ ଏଏସଆଇର ୧୫ ଜଣିଆ ଟିମ୍ ମିଳିତ ଭାବେ ଦୀର୍ଘ ତିନି ଘଣ୍ଟା ଧରି ତନ୍ନ ତନ୍ନ ଯାଞ୍ଚ କରିବା ପରେ ସୂଚନା ଦେଇଥିଲେ ଏଏସଆଇ ସୁପରିଟେଡେଣ୍ଟ ଅରୁଣ ମଲ୍ଲିକ।

ଶ୍ରୀମନ୍ଦିର ରୋଷଘର ଚଟାଣର ମରାମତି କାର୍ଯ୍ୟ ଆସନ୍ତା ୧୦ ଦିନ ଭିତରେ ସାରିବା ପାଇଁ ନିଷ୍ପତ୍ତି ହୋଇଛି। ସେହିପରି ଗର୍ଭଗୃହକୁ ଧଳା ଧଳା ଆସ୍ତରଣରେ ସଫେଇ କରାଯିବା ସହ କେମିକାଲ କ୍ଲିନିଙ୍ଗ କରାଯିବ। ଜଗମୋହନ ଓ ନାଟମଣ୍ଡପର ସ୍ଥିତି ଠିକ୍ ରହିଛି। ତେବେ ପୂର୍ବରୁ ୭ଟି ଦ୍ବାରର ରୂପା ଛାଉଣୀ ସରିଥିବା ବେଳେ କଳାହାଟ ଦ୍ୱାରର ରୂପାଛାଉଣୀ ଶୀଘ୍ର ଶେଷ କରାଯିବ। ଏଥିପାଇଁ କଳାହାଟ ଦ୍ବାର ଖୋଲା କାର୍ଯ୍ୟ ସରିଛି। ବର୍ମାଟିକ୍ କାଠରେ ପ୍ରସ୍ତୁତ ଫେମ୍ ଶ୍ରୀମନ୍ଦିରକୁ ଆସିବା ପରେ ଏଥିରେ ରୂପା ଦିଆଯାଇ କଳାହାଟ ଦ୍ବାର ପ୍ରସ୍ତୁତ କରାଯିବ। ଏହି କାର୍ଯ୍ୟ ଖୁବଶୀଘ୍ର ଶେଷ ହେବ ବୋଲି କହିଛନ୍ତି ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ।

ଶ୍ରୀମନ୍ଦିର ସୁରକ୍ଷାକୁ ଦୃଷ୍ଟିରୁ ସିସିଟିଭି ସଂସ୍ଥାପନ ନେଇ ଏଏସଆଇ ଡିଜିଙ୍କୁ ଚିଠି ଲେଖାଯାଇଛି। ଅନୁମତି ମିଳିବା ପରେ ଖୁବଶୀଘ୍ର ସିସିଟିଭି ସଂସ୍ଥାପନ କରାଯିବ ବୋଲି ଏଏସଆଇ ଓଡିଶା ମୁଖ୍ୟ ତଥା ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ସୂଚନା ଦେଇଛନ୍ତି।