ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମହିଳା ଏସିଆନ ଚମ୍ପିଆନ୍ସ ଟ୍ରଫି, ସେମିଫାଇନାଲରେ ଭାରତ

Published By : Ankita S | November 17, 2024 3:01 PM

ପାଟନା,୧୭/୧୧: ବିହାରର ରାଜଗିରିରେ ଚାଲିଥିବା ମହିଳା ଏସିଆନ ଚମ୍ପିଆନ୍ସ ଟ୍ରଫିରେ ଭାରତୀୟ ଦଳ ଦମଦାର ପ୍ରଦର୍ଶନ କରିଛି । ଏସିଆନ ଚମ୍ପିଆନ୍ସ ଟ୍ରଫିରେ ଡିପେଣ୍ଡି ଚମ୍ପିଅନ ଭାରତ ଲଗାତାର ଚତୁର୍ଥ ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିଛି । ଆଜି ତାର ଶେଷ ଲିଗ ମ୍ୟାଚରେ ଜାପାନକୁ ଭେଟିବ ।

ଚୀନ ବିପକ୍ଷ ମୁକାବିଲାରେ ଭାରତ ଦମଦାର ବିଜୟ ହାସଲ କରିଥିଲା । ଅଲମ୍ପିକ୍ସ ରୌପ୍ୟ ପଦକ ବିଜେତା ଚୀନକୁ ୩-୦ ଗୋଲରେ ପରାସ୍ତ କରି ସେମି ଫାଇନାଲରେ ସ୍ଥାନ ପକ୍କା କରିଛି ମହିଳା ହକି ଦଳ । ଆୟୋଜକ ଭାରତ ୪ଟି ମ୍ୟାଚରେ ବିଜୟ ସହ ୧୨ ପଏଣ୍ଟ ପାଇ ପଏଣ୍ଟ ଟେବୁଲ ଶୀର୍ଷରେ ରହିଛି । ଚୀନ ୯ ପଏଣ୍ଟ ସହ ଦ୍ବିତୀୟ ସ୍ଥାନରେ ରହିଛି । ଶେଷ ଗ୍ରୁପ ମ୍ୟାଚରେ ଆଜି ଜାପାନକୁ ଭେଟିବ ଭାରତ ।

ଭାରତ ଓ ଚୀନ ମ୍ୟାଚ ସଂଘର୍ଷପୂର୍ଣ୍ଣ ରହିଥିଲା । ପ୍ରଥମ ୩୦ ସେକେଣ୍ଡରେ ଭାରତକୁ ପେନାଲ୍ଟି କର୍ଣ୍ଣର ମିଳିଥିଲା । ମାତ୍ର ଭାରତ ବିଫଳ ହୋଇଥିଲା । ପ୍ରଥମ ଓ ଦ୍ବିତୀୟ କ୍ବାର୍ଟର ଗୋଲଶୂନ୍ୟ ରହିଥିଲା । ଦ୍ବିତୀୟ କ୍ବାର୍ଟରରେ ସଙ୍ଗୀତାଙ୍କ ଗୋଲରେ ଭାରତ ଖାତା ଖୋଲିଥିଲା । ଏହାର ୫ ମିନିଟ ପରେ ଦଳର ଅଧିନାୟିକା ସଲିମା ଟେଟେ ଦ୍ବିତୀୟ ଗୋଲ ସ୍କୋର କରିଥିଲେ । 

ଗୋଲ କରିବାକୁ ସୁଯୋଗ ଖୋଜୁଥିବା ଚୀନ ବିଫଳ ହୋଇଥିଲା । ମ୍ୟାଚରେ ଖାତା ଖୋଲି ପାରିନଥିଲା । ଅନ୍ତିମ କ୍ବାର୍ଟରରେ ଭାରତ ଆଧିପତ୍ୟ ଜାରି ରଖିଥିଲା । ଦ୍ବିତୀୟ ପେନାଲ୍ଟିକୁ ଗୋଲ ରୂପ ଦେଇଥିଲେ ଦୀପିକା । ୩-୦ ଗୋଲରେ ବାଜି ମାରି ନେଇଥିଲା ଭାରତ । ଲିଗ ପର୍ଯ୍ୟାୟର ଶେଷ ମ୍ୟାଚ ଜାପାନ ବିପକ୍ଷରେ ଖେଳିବ ଭାରତ । ଏହି ମୁକାବିଲା ଜିତି ଲିଗ ପର୍ଯ୍ୟାୟରେ ଅପରାଜେୟ ରହିବାକୁ ଲକ୍ଷ୍ୟ ରଖିଛି ଦଳ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.