ପ୍ରମୂଖ ଖବର
  • ଇସ୍କନ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନ ଗଭର୍ଣ୍ଣିଂ ବଡି ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
  • ||
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା;୧୦ ଉଗ୍ରବାଦୀ ନିପାତ

Published By : Anindita Ratha | May 15, 2025 8:11 AM

ନୂଆଦିଲ୍ଲୀ,୧୫/୦୫: ଭାରତ-ମିଆଁମାର ସୀମାରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ଏନକାଉଣ୍ଟରରେ ୧୦ ଉଗ୍ରପନ୍ଥୀ ନିପାତ । ଏଥିସହ ଘଟଣାସ୍ଥଳରୁ ବିପୁଳ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ ହୋଇଥିବା ବେଳେ ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ। 

ସୂଚନା ମୁତାବକ, ଭାରତ-ମିଆଁମାର ସୀମାର ଚାଣ୍ଡେଲ ଜିଲ୍ଲାର ଖେଙ୍ଗଜୋୟ ତହସିଲର ନ୍ୟୁ ସାମତାଲ ଗାଁରେ ସର୍ଚ୍ଚ ଅପରେସନ କରୁଥିବା ସୁରକ୍ଷା କର୍ମୀଙ୍କ ଉପରେ ଉଗ୍ରବାଦୀମାନେ ଗୁଳି ଚଳାଇଥିଲେ। ଯାହା ପରେ ସୁରକ୍ଷା ବାହିନୀ ପାଲଟା ଗୁଳିମାଡ଼ କରିଥିଲା ।ଫଳରେ ସୁରକ୍ଷାକର୍ମୀଙ୍କ ଗୁଳିବିନିମୟରେ ୧୦ଜଣ ଉଗ୍ରବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ ହୋଇଛି । ସଶସ୍ତ୍ର କ୍ୟାଡରଙ୍କ ଗତିବିଧି ସମ୍ପର୍କରେ ଗୁଇନ୍ଦା ବିଭାଗର ଗୁପ୍ତ ସୂଚନା ଆଧାରରେ ଭାରତ-ମିଆଁମାର ସୀମା ନିକଟରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ୍ କରୁଥିଲେ । ସୂତ୍ର ଅନୁଯାୟୀ, ଅଞ୍ଚଳରେ ଆହୁରି ଆତଙ୍କବାଦୀ ଲୁଚି ରହିଥିବା ସମ୍ଭାବନାକୁ ଦୃଷ୍ଟିରେ ରଖି ସର୍ଚ୍ଚ ଅପରେସନ୍ ଏବେ ବି ଜାରି ରହିଛି। ଅପରେସନ୍ ସମୟରେ କୌଣସି ସୁରକ୍ଷା ବାହିନୀ  ଆହତ ହେବାର  ଖବର ନାହିଁ। ମଣିପୁରରେ ଚାଲିଥିବା ଅଶାନ୍ତି ମଧ୍ୟରେ ସୁରକ୍ଷା ବାହିନୀ ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନକୁ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ବୋଲି ବିବେଚନା କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.