ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସୁରୁଖୁରରେ ଚାଲିଛି ପ୍ରଶ୍ନକାଳ, ପଞ୍ଚାୟତିରାଜ ମନ୍ତ୍ରୀ କହିଲେ, ୨୦୨୪ ସୁଦ୍ଧା ସବୁ ଗାଁକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଇବାକୁ ଲକ୍ଷ୍ୟ

ଭୁବନେଶ୍ୱର ୦୬/୦୨: ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ଦିନରେ ସ୍ୱାଭାବିକ ଚାଲିଛି ପ୍ରଶ୍ନକାଳ। ଗୃହରେ ସଦସ୍ୟଙ୍କ ସରଗରମ ଆଲୋଚନା । ବିଭିନ୍ନ ସଦସ୍ୟଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ । ଗୃହର ସଦସ୍ୟଙ୍କ ପ୍ରଶ୍ନର ଉତ୍ତରରେ ରଖିଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ। 

ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ ଅମାତ କହିଲେ, ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ପାଇପ ଯୋଗେ ପିଇବା ପାଣି ଯୋଗାଇବାକୁ ଲକ୍ଷ୍ୟ ରହିଛି । ତେବେ ଯେଉଁଠି ଉତ୍ସ କି ଜମି ସମସ୍ୟା ରହିଛି । ସେଠି ପାଇପ ଯୋଗେ ପାନୀୟ ଜଳ ଯୋଗାଣ କାର୍ଯ୍ୟ ସରିବ । ମାର୍ଚ୍ଚ ୨୦୨୩ ସୁଦ୍ଧା, ୫୮% ଗାଁରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ଦିଆଯାଇଛି । ଯେଉଁଠି ପାଇପ ନାହିଁ କି କାମ ଜାରି ରହିଛି, ସେଠାରେ ଜିଲ୍ଲାପାଳ, PD DRDA ଓ ନିର୍ବାହୀ ଯନ୍ତ୍ରୀଙ୍କୁ ନୂଆ ଟ୍ୟୁବଓ୍ୱେଲ୍ ଯୋଗାଇବାକୁ ନିର୍ଦେଶ ଦିଆଯାଇଛି । ନୂଆ ଜନଵସତିରେ ଅତିରିକ୍ତ ଟ୍ୟୁବଓ୍ୱେଲ୍ ଲଗାଯିବ । ଯେଉଁଠି ୭୦ ଲୋକଙ୍କ ଜନସଂଖ୍ୟା ଅଛି । ସେଠାରେ ବି ନୂଆ ଟ୍ୟୁବଓ୍ୱେଲ୍ ଲଗାଇବାକୁ ନିର୍ଦେଶ ଦିଆଯାଇଛି । ଜିଲ୍ଲାପାଳ କି ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ଯାଞ୍ଚ ରିପୋର୍ଟ ଆଧାରରେ ନୂଆ ଟ୍ୟୁବଓ୍ୱେଲ୍ ଲଗାଯିବ. ହେଲେ ଯେଉଁଠି ଘରୋଇ ଟ୍ୟୁବଓ୍ୱେଲ୍ କି ପାଇପ ଅଛି, ସେଠାରେ ଟ୍ୟୁବଓ୍ୱେଲ୍ ଲଗାଯିବାର କୌଣସି ଯୋଜନା ନାହିଁ । ପାନୀୟ ଜଳ ସମସ୍ୟା ଥିଲେ, ୧୯୧୬ ହେଲ୍ପଲାଇନ ନମ୍ବର ଯୋଗେ ପ୍ରଶାସନକୁ ଜଣାଇବାର ବ୍ୟବସ୍ଥା ରହିଛି । 

ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୩୩୦୦୦ କୋଟି ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ରାଜ୍ୟ ସରକାର ହାତକୁ ନେଇଛନ୍ତି । ଏଥିରୁ ୧୬ଟି କାମ ସରିଛି । ୧୯୮ ପ୍ରକଳ୍ପର କାର୍ଯ୍ୟ ଚାଲିଛି । ୨୫ଟି ପ୍ରକଳ୍ପ କାର୍ଯ୍ୟ ମାର୍ଚ୍ଚ ୨୦୨୪ସୁଦ୍ଧା ସରିବ । ଅବଶିଷ୍ଟ ପ୍ରକଳ୍ପ କାର୍ଯ୍ୟ ଡିସେମ୍ବର ୨୦୨୫ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.