ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ, ଗୃହରେ ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣ

ଭୁବନେଶ୍ୱର, ୦୫/୦୨: ଆରମ୍ଭ ହେଲା ଷୋଡ଼ଶ ବିଧାନସଭାର ଅନ୍ତିମ ବଜେଟ ଅଧିବେଶନ।  ଏହି ଅଧିବେଶନ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ୭ଟି କାର୍ଯ୍ୟ ଦିବସ ରହିଥିବା ବେଳେ ୮ ତାରିଖରେ କାମ ଚଳା ବଜେଟ ଉପସ୍ଥାନ କରି ଅର୍ଥମନ୍ତ୍ରୀ।

ସୋମବାର ସକାଳ ୧୧ଟାବେଳେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି । ପ୍ରଥମେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିଛନ୍ତି । ପ୍ରାରମ୍ଭରେ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସହିଦ ଯବାନମାନଙ୍କୁମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ସମଲେଇ ପ୍ରକଳ୍ପ ଲୋକାର୍ପିତ। ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ବିଶ୍ୱ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀକୁ  ପ୍ରଶଂସା କରିଛନ୍ତି ରାଜ୍ୟପାଳ।

ସେ କହିଛନ୍ତି, ପୁରୀ ପରିକ୍ରମା ପ୍ରକଳ୍ପ ପାଇଁ ୮ ଶହ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହା ଶ୍ରଦ୍ଧାଳୁଙ୍କୁ ସୁବିଧା ପ୍ରଦାନ କରିବ । ଏହି ପରିକ୍ରମା ପ୍ରକଳ୍ପ ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସୁବିଧା ଯୋଗାଇବ । ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଲୋକଙ୍କ ସୁବିଧା ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ବସ୍ ସେବା ଆରମ୍ଭ ହୋଇଛି ।

ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ରାଜ୍ୟରେ ଗୁରୁତ୍ବ ବହନ କରିଛି । ବିଦେଶରେ ଓଡ଼ିଆ ଭାଷାର ପ୍ରଚାର ପାଇଁ ଉଦ୍ୟମ ଚାଲିଛି। ଫଳ‌ରେ ବିଦେଶୀ ନିବେଶ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରାଯାଉଛି। ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବାରେ ସହାୟକ ହୋଇଛି । 5-T ଓ ମୋ-ସରକାର ରୂପାନ୍ତରିତ ପ୍ରଶାସନିକ ବ୍ୟବସ୍ଥାର ନୂତନ ଯୁଗ ହୋଇଛି । ସେପଟେ ମିଲେଟ୍ ମିଶନକୁ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ୨୦୨୨-୨୩ରେ ୬.୦୩ ଲକ୍ଷ କ୍ବିଣ୍ଟାଲ ମାଣ୍ଡିଆ ସଂଗ୍ରହ ହୋଇଛି । ୧୧୩.୭୬ ରାସନକାର୍ଡଧାରୀଙ୍କୁ ୪ ଲକ୍ଷ କ୍ବିଣ୍ଟାଲ ମାଣ୍ଡିଆ ଦିଆଯାଇଛି ।

ସେହିଭଳି ୪୩.୮୮ ଲକ୍ଷ କ୍ଷୁଦ୍ର ଓ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ କାଳିଆ ସହାୟତା ପଠାଯାଉଛି । ବଲାଙ୍ଗିର ଜିଲ୍ଲାରେ ଲୋୟର ସୁକତେଲ ପ୍ରକଳ୍ପ ଆରମ୍ଭ ହୋଇଛି । ଏହାସହ ଚାଷୀଙ୍କ ସହାୟତା ପାଇଁ ଅନେକ ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ଯୋଜନା ଆରମ୍ଭ ହୋଇଛି ।

ସେହିଭଳି ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ୩.୫ କୋଟି ଲୋକଙ୍କ ପାଖରେ ପହଞ୍ଚିଛି । ପ୍ରତି ପରିବାରକୁ ୫ ଲକ୍ଷ, ମହିଳା ସଦସ୍ୟଙ୍କୁ ଆଉ ୫ ଲକ୍ଷର ଚିକିତ୍ସା ସହାୟତା ମିଳୁଛି । ୭୫୦ କୋଟି ଟଙ୍କା ବ୍ୟୟରେ ‘ଆମ ହସ୍ପିଟାଲ’ ଯୋଜନା ଆରମ୍ଭ ହୋଇଛି । ଦୁର୍ବଳ ଓ ଆପଦଗ୍ରସ୍ତ ପରିବାରକୁ ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମାଗଣାରେ ମିଳୁଛି । ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ମାସିକ ୩୫ କେଜି ଚାଉଳ ମାଗଣାରେ ମିଳୁଛି ।

ରାଜ୍ୟର ୧୦ଟି ସହର ବସ୍ତିମୁକ୍ତ ମାନ୍ୟତା ଲାଭ କରିସାରିଛି । ୨୦୨୪ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ସହରାଞ୍ଚଳ ବସ୍ତିମୁକ୍ତ ହେବ । ନ୍ୟୁୟର୍କ, ଟୋକିଓ, ସିଙ୍ଗାପୁର ଭଳି ଓଡ଼ିଶାରେ ମଧ୍ୟ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ଚାଲିଛି । ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ରେ ପୁରୀ ଓ ଗୋପାଳପୁର ଦେଶର ପ୍ରଥମ ଓ ଦ୍ବିତୀୟ ସହର ହୋଇପାରିଛି । ୨୪ଟି ସହରାଞ୍ଚଳର ୨୩ ଲକ୍ଷ ବାସିନ୍ଦା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ସୁବିଧା ପହଞ୍ଚିଛି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.