ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ମୃତ ନିର୍ମାଣ ଶ୍ରମିକଙ୍କ ପରିବାରକୁ ସହାୟତା ପ୍ରଦାନ

Published By : Ladu Kishor | October 25, 2024 6:32 PM

ପୁରୀ ୨୫/୧୦: ଶୁକ୍ରବାର ଅପରାହ୍ନରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ମୃତ ନିର୍ମାଣ ଶ୍ରମିକଙ୍କ ନିକଟ ସମ୍ପର୍କୀୟଙ୍କୁ ସହାୟତା ପ୍ରଦାନ କରିଛନ୍ତି । ଶ୍ରମ ଓ ରାଜ୍ୟ ବୀମା ବିଭାଗ ଅନ୍ତର୍ଗତ ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧିନରେ ୨୬୯ ଜଣ ହିତାଧିକାରୀଙ୍କୁ ମୋଟ ୨,୭୯,୬୦,୦୦୦ ଟଙ୍କାର ମୃତ୍ୟୁ କାଳୀନ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ । ଏହି ସହାୟତା ପ୍ରଦାନ ସମୟରେ ମଣ୍ଡଳ ଶ୍ରମ ଆୟୁକ୍ତ, ଜିଲ୍ଲା ଶ୍ରମ ଅଧିକାରୀ, ସହକାରୀ ଶ୍ରମ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.