ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ; ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

Published By : Harapriya Sethi | July 3, 2025 9:50 AM

ଭୁବନେଶ୍ୱର,୦୩/୦୭: ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ଆରଆଣ୍ଡବି ସବ୍-ଡିଭିଜନ ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଦୁର୍ନୀତି ନିର୍ବାରଣ ଟିମ୍ । ଏହି ଚଢ଼ାଉରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲ୍ଲାର ମୋଟ୍ ୬ଟି ସ୍ଥାନରେ ଏକକାଳୀନ ଚଢାଉ ହେଉଛି ।

ସମ୍ୱଲପୁର ଟାଉନ ସ୍ଥିତ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ୟୁନିଟ୍-୨ ରେ ଥିବା ଆଉ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ସ୍ଥିତ ଏକ ମାର୍କେଟ୍ କମ୍ପ୍ଲେକ୍ସ, ଝାରସୁଗୁଡ଼ାରେ ଥିବା ଦୁଇଟି ହାଉସିଂ ବୋର୍ଡ ଘର, ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ଆର ଆଣ୍ଡ ବି ସବ-ଡିଭିଜନ କାର୍ଯ୍ୟାଳୟରେ ଥିବା ଅଫିସ ଚାମ୍ବର, ବଲାଙ୍ଗୀର ଟିଟଲାଗଡ଼ରେ ଥିବା ସରକାରୀ କ୍ୱାର୍ଟର ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.