PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ବିଭିନ୍ନ ଦାବି ନେଇ ନିଖିଳ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ଶୋଭାଯାତ୍ରା

ଜଳେଶ୍ୱର, ୧୯/୧୧(ଆପ୍ର)-ନିଖିଳ ପ୍ରାଥମିକ ଶିକ୍ଷକ ମହାସଂଘ ଜଳେଶ୍ୱର ଶାଖା ପକ୍ଷରୁ ୩ ଦଫା ଦାବି ପୂରଣରେ ଶତାଧିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଏକ ବିଶାଳ ସମାବେଶ ଓ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଟାଉନ ହଲ ପଡିଆ ଠାରୁ ଏହି ସମାବେଶ ବାହାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଂଚି ବା ପରେ ସେଠାରେ ଏକ ସାଧାରଣ ସଭା ବ୍ଲକ ସଭାପତି ପ୍ରଦୀପ କୁମର ଜେନାଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଥିଲା।ଚୁକ୍ତି ଭିତ୍ତିକ ପ୍ରାଥମିକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉଚ୍ଛେଦ କରିବା ସହିତ ସ୍ବେଚ୍ଛାସେବୀ ଶିକ୍ଷା ସହାୟକ,ଶିକ୍ଷା ସହାୟକ ଓ କନିଷ୍ଠ ଶିକ୍ଷକ ମାନଙ୍କୁ ବିଭିନ୍ନ ସୁବିଧା ସୁଯୋଗ ପ୍ରଦାନ କରିବା,ସେମାନଙ୍କୁ କେନ୍ଦ୍ର ସ୍କେଲ ଅଫ ପେ ଅନୁସାରେ ୩୫,୪୦୦/- ଟଙ୍କା ହାରରେ ଦରମା ପ୍ରଦାନ କରିବା, ପୁରୁଣା ପେନସନ ସ୍କିମକୁ ପୁନର୍ବାର ଲାଗୁ କରିବା ପାଇଁ ଦାବୀ କରିଥିଲେ।

ସଂଗଠନର ରାଜ୍ୟ ସାଧାରଣ ସମ୍ପାଦକ ଖଗେନ୍ଦ୍ର ନାଥ ପାଳ, ବ୍ଳକ ସମ୍ପାଦକ ଶ୍ୟାମ ସୁନ୍ଦର ଦେ,କାର୍ଯ୍ୟକାରୀ ସଭାପତି ଦିଲ୍ଲୀପ କୁମାର ସେଠୀ, ସଂଗଠନ ସମ୍ପାଦକ ପ୍ରଦୀପ କୁମାର ସିଂ, କୋଷାଧ୍ୟକ ସୁବ୍ରତ କୁମାର ସେନାପତି, ମିଡ଼ିଆ ସଂଯୋଜକ ନିବେଦିତା ନାୟକ ଓ ମାନସ କୁମାର ଦାସ,ଉପସଭାପତି କୁନୁଲତା ଟୁଡୁ, ଉତ୍ତମ କୁମାର ଦାସ,ଚିତ୍ତରଞ୍ଜନ ଘୋଷ ଓ ନବ କିଶୋର ଦତ୍ତ,ସହ ସମ୍ପାଦକ ସମର କୁମାର ପରିଡ଼ା, ସୀତାରାମ ମୁର୍ମୁ,ଅଶ୍ୱିନୀ କୁମାର ଜେନା ଓ ଗଜେନ୍ଦ୍ର ନାଥ ଜେନା, ରବୀନ୍ଦ୍ର ବେହେରା, ସରୋଜ କୁମାର ପ୍ରଧାନ, ସୁଶାନ୍ତ ଦାସ ପ୍ରମୁଖ ଏହି ସଭାରେ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ।ଶେଷରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।