ପ୍ରମୂଖ ଖବର
  • ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜିଏସଟି ଆସିଷ୍ଟାଣ୍ଡ କମିଶନର
  • ||
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜିଏସଟି ଆସିଷ୍ଟାଣ୍ଡ କମିଶନର

Published By : Suraj Kumar | August 26, 2025 11:23 PM

ଭୁବନେଶ୍ୱର,୨୬।୮:  ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ରାଜ୍ୟ ଟିକସ ବିଭାଗର ସହକାରୀ କମିସନର। ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି। ରାଜ୍ୟ ଟିକସ ବିଭାଗର ସହକାରୀ କମିସନର ଜଣକ ହେଉଛନ୍ତି ସରିତା ବାରିକ। ଭୁବନେଶ୍ୱର-iv ସର୍କଲରେ କାର୍ଯ୍ୟରତ ସରିତା ଜଣେ ବେକେରି ମାଲିକଙ୍କଠାରୁ ୨୦୨୦-୨୧ ଆର୍ଥିକ ବର୍ଷରେ ଇନପୁଟ ଟ୍ୟାକ୍ସ କ୍ରେଡିଟ ପରିଶୋଧ ଏବଂ ଜରିମାନା ଛାଡ କରିବା ପାଇଁ ଏହି ଲାଞ୍ଚ ନେଉଥିଲେ।

ବେକେରି ମାଲିକଙ୍କୁ ସରିତା ୨,୨୭,୧୪୭ ଟଙ୍କାର ଜରିମାନା ଓ ଟିକସ ପରିଶୋଧ ପାଇଁ ନୋଟିସ ଜାରି କରିଥିଲେ। ଏହା ଜାଣି ମାଲିକ ସରିତାଙ୍କୁ  ଏହା ଛାଡ ପାଇ ଅନୁରୋଧ କରିଥିଲେ। କିନ୍ତୁ ସେ ଜରିମାନା ଛାଡିବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଏହାପରେ ବେକେରି ମାଲିକ ଭିଜିଲାନ୍ସକୁ ଅଭିଯୋଗ କରିଥିଲେ। ଯୋଜନା ମୁତାବକ  ଭୁବନେଶ୍ୱରର ମଧୁସୂଦନ ନଗର ନିକଟରେ ସରିତା ତାଙ୍କ କାର ଭିତରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍  ଧରିଥିଲେ। ତାଙ୍କ ନିକଟରୁ ୨୫ ହଜାର ଟଙ୍କା ଜବତ  କରିଥିଲେ। ସରିତାଙ୍କ ଘର ସହ  ତିନିଟି ସ୍ଥାନରେ ଭିଜିଲାନ୍ସ ଚଢାଉ ଜାରି ରଖିଛି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.