ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମାର୍ଚ୍ଚ ୨୮ ରାଶିଫଳ: ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

ମେଷ : ସପ୍ତମ ଚନ୍ଦ୍ର, ଗୁରୁବାର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ଆଭୂଷଣ ପ୍ରତି ମନରେ ଅଧିକ ଆଗ୍ରହ ରହିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ । 

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ ସମ୍ମାନ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମକୁ ନେଇ ଦୁଃଖିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ଗୁରୁବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୨, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଗୁରୁବାର ଯୋଗୁ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ କର୍ମ ପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଘାତବାର ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗୃହାରମ୍ଭ ଆଦି ଶୁଭକର୍ମ କରିପାରନ୍ତି କିମ୍ବା କୌଣସି ଶୁଭକର୍ମରେ ଯୋଗଦେଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ଦ୍ୱାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରିଯିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଏକାଦଶ ଚନ୍ଦ୍ର, ଗୁରୁବାର ଯୋଗୁ ଆର୍ଥିକ ସ୍ଥିତିରେ ଉନ୍ନତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଏବଂ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଏବଂ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଦଶମ ଚନ୍ଦ୍ର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ପ୍ରସନ୍ନତା, କର୍ମ ପ୍ରତି ଏକାଗ୍ରତା ଓ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ବିଶ୍ୱାସ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଘାତବାର ଏବଂ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ମୀନ : ଅଷ୍ଟମ ଚନ୍ଦ୍ର ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଉଚ୍ଚ ସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ରେବତୀ ମୀନ, ସେମାନେ ସତର୍କ ହେବେ ।   ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା :  ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ଫୋନ୍‌: ୯୪୩୭୧୩୩୪୭୩

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.