ପ୍ରମୂଖ ଖବର
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ରୌପ୍ୟ ବିଜୟିନୀ ଶ୍ରାବଣୀ ନନ୍ଦଙ୍କୁ ଆଥଲେଟିକ୍ସ ଆସୋସିଏସନ୍‌ର ସମ୍ବର୍ଦ୍ଧନା

Published By : Ankita S | June 17, 2025 2:15 PM

କଟକ,୧୭/୦୬: ଆଥଲେଟ୍‌ ଶ୍ରାବଣୀ ନନ୍ଦଙ୍କୁ ଓଡ଼ିଶା ଆଥଲେଟିକ୍ସ ଆସୋସିଏସନ୍‌ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । ଏସିଆନ୍ ଆଥଲେଟିକ୍ସ ଚାମ୍ପିୟନସିପ୍‌-୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଥିଲେ ଶ୍ରାବଣୀ ନନ୍ଦ । କ୍ରୀଡାବିତ୍‌ ଶ୍ରାବଣୀଙ୍କୁ ରାଜ୍ୟ ଆଥଲେଟିକ୍ସ ଆସୋସିଏସନ୍‌ ପକ୍ଷକୁ ସମ୍ବର୍ଦ୍ଧିତ କରାଯିବା ସହିତ ୫୦ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି ।

୩୪ ବର୍ଷୀୟ ଶ୍ରାବଣୀଙ୍କ ସଫଳତା ପାଇଁ ଆସୋସିଏସନ୍ ସମ୍ପାଦକ ଆଶୀର୍ବାଦ ବେହେରା, ଓଡିଶା ଅଲିମ୍ପିକ୍ସ ଆସୋସିଏସନ୍ ସମ୍ପାଦକ ଅଭିଜିତ ପାଲ୍ ଅଭିନନ୍ଦନ ଜଣାଇଛନ୍ତି । ଶ୍ରାବଣୀଙ୍କ ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତ୍ ଏବଂ ବିଶେଷ ଭାବରେ ମହିଳା କ୍ରୀଡ଼ାବିତମାନଙ୍କୁ କ୍ରୀଡ଼ା ଜଗତରେ ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ କରିବା ନିମନ୍ତେ ପ୍ରେରଣା ଦେବ ବୋଲି ସଭାରେ ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।‌ ବାରବାଟୀ ଷ୍ଟାଡିୟମ ଠାରେ ଏହି ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି ।

ପ୍ରକାଶଯୋଗ୍ୟ ଯେ,ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନ୍‌ସିପ-୨୦୨୫ରେ ଭାରତୀୟ ମହିଳା ଦଳ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ହାସଲ କରିଥିଲେ ଶ୍ରାବଣୀ ନନ୍ଦ । କନ୍ଧମାଳ ଜିଲ୍ଲା ଟିକାବାଲିର ଧାବିକା ଶ୍ରାବଣୀ ୨୦୧୬ରେ ରିଓ ଅଲମ୍ପିକ୍ସରେ ଭାରତକୁ ପ୍ରତିନିଧିତ୍ୱ କରିଥିଲେ । ସେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ମହିଳା ୪୦୦ମିଟର ରିଲେ ସହ ୧୦୦ ମିଟର ଓ ୨୦୦ ମିଟର ଦୌଡ଼ରେ ପ୍ରତିଯୋଗିତାରେ ଦେଶ ଓ ରାଜ୍ୟରୁ ପ୍ରତିନିଧିତ୍ୱ କରିଛନ୍ତି । ୨୦୦୮ରେ ଜାତୀୟ ଜୁନିଅର ଆଥଲେଟିକ ଚାମ୍ପିଅନସିପ୍‌ରେ ଉଭୟ ୧୦୦ ଓ ୨୦୦ ମିଟର ଦୌଡ଼ରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.