ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ଆକ୍ରମଣ, ଖଣ୍ଡାରେ ହାଣିରେ ଦୁର୍ବୃତ୍ତ

ଭୁବନେଶ୍ବର, ୫।୫ : ପୁରୀ ସଦର ବିଧାନସଭା  ଆସନ  କଂଗ୍ରେସ ପ୍ରାର୍ଥୀ  ଉମାଭଲ୍ଲଭ ରଥଙ୍କୁ ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କୁ ଖଣ୍ଡାରେ  ହାଣିଛନ୍ତି। ରାଜନୈତିକ  ଶତ୍ରୁତା କାରଣରୁ ଆକମ୍ରଣ ହୋଇଥିବା ସନ୍ଦେହ କରାଯାଉଛି। 

 ଆଜି ପୁରୀ ସଦର ବିଧାନସଭା ପାଇଁ  ଉମାବଲ୍ଲଭ ରଥଙ୍କୁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିଲା।  ପୁର୍ବରୁ   ସଜିତ ମହପାତ୍ରଙ୍କୁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିଲ। ତେବେ  ପୁରୀ ସଦର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିବା ସୁଜିତ ମହାପାତ୍ରଙ୍କ ଟିକେଟ କଟାଯାଇ ଉମାବଲ୍ଲଭ ରଥଙ୍କୁ ଟିକେଟ ଦିଆଯିବା ପରେ ସୁଜିତ ଙ୍କ ସମର୍ଥକ ଉତ୍ତେଜିତ ହୋଇ ପୁରୀ ଜିଲ୍ଲା କଂଗ୍ରେସ ଅଫିସରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ସେପଟେ ଗତକାଲି ସୁଜିତ ମହାପାତ୍ର ପୁରୀ ବିଧାନସଭା ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ୨୪ ଘଣ୍ଟା ନପୁରୁଣୁ ତାଙ୍କ ଟିକେଟ କଟାଯାଇ ଉମାବଲ୍ଲଭ ରଥ ଙ୍କୁ ଟିକେଟ ଦିଆଯିବା ଦୁର୍ଭାଗ୍ୟଜନକ ବୋଲି ସୁଜିତଙ୍କ ସମର୍ଥକ କହିଛନ୍ତି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.