ପ୍ରମୂଖ ଖବର
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଜୁଆ ଆଡ୍ଡାରେ ରେଡ୍‌ ବେଳେ ପୋଲିସକୁ ଆକ୍ରମଣ ଘଟଣା, ୧୦ ଗିରଫ

Published By : Harapriya Sethi | February 7, 2025 10:47 AM

ଭୁବନେଶ୍ବର, ୦୭/୦୨: ମଣ୍ଡେଇ ଯାତ୍ରା ଚାଲିଥିବା ବେଳେ ଗୁରୁବାର ରାତିରେ ବେଆଇନ ଭାବେ ଚାଲିଥିଲା ଜୁଆ ଖେଳ । ସେଠାରେ ଚଢାଉ ବେଳେ ପୋଲିସକୁ ପାଲଟା ଆକ୍ରମଣ କରିଥିଲେ କିଛି ଦୁର୍ବୃତ୍ତ । ଏହି ଘଟଣାରେ ବର୍ତ୍ତମାନ ୧୦ ଜଣ ଗିରଫ ହୋଇଥିବା ବେଳେ ଅନ୍ୟ ଅଭଯୁକ୍ତ ମାନଙ୍କୁ ଗିରଫ କରିବାକୁ ଚେଷ୍ଟା କରୁଛି ପୋଲିସ । ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଞ୍ଚଳର ରାଇଘର ବ୍ଲକ ଅନ୍ତର୍ଗତ ଯୋଡ଼ିଙ୍ଗା ପଞ୍ଚାୟତର ଖାଡ଼େଙ୍ଗାରେ ହେଉଥିବା ମଣ୍ଡେଇ ଯାତ୍ରାରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଖାଡ଼େଙ୍ଗା ଠାରେ ଚଳିତ ବର୍ଷର ମଣ୍ଡେଇ ଯାତ୍ରା ଚାଲିଥିବା ବେଳେ ଗୁରୁବାର ରାତିରେ ସେଠାରେ ବେଆଇନ ଭାବେ ଜୁଆ ଖେଳ ଚାଲିଥିଲା । ଏନେଇ ଖବର ପାଇ ରାଇଘର ଥାନା ଅଧିକାରୀ ଏକ ଟିମ୍‌ ନେଇ ବିଳମ୍ବିତ ରାତିରେ ଘଟଣାସ୍ଥଳରେ ପହଞ୍ଚିଥିଲେ । ଜୁଆ ଖେଳ ଚାଲୁଥିବା ଦେଖି ସେଠାରେ ଚଢ଼ାଉ କରିବା ସହ ଉପସ୍ଥିତ ଲୋକଙ୍କୁ ଘଟଣା ସ୍ଥଳରୁ ତଡ଼ି ଦେଇଥିଲା ପୋଲିସ । ଏହି ସମୟରେ କିଛି ଲୋକ ପୋଲିସକୁ ପାଲଟା ଆକ୍ରମଣ କରିଥିଲେ । ଏହି ଘଟଣାରେ ଜଣେ ସବ୍‌ ଇନ୍ସପେକ୍ଟର ସହିତ ଥାନା ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡ଼ିଛି । ଅନ୍ୟପଟେ ଏହି ଘଟଣାରେ କିଛି ଗ୍ରାମବାସୀଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି । ଏ ନେଇ ରାଇଘର ଥାନା ଅଧିକାରୀ ରଘୁନାଥ ମାଝୀଙ୍କ ପକ୍ଷରୁ ଲିଖିତ ଅଭିଯୋଗ ପରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ଏହି ଘଟଣାରେ ବର୍ତ୍ତମାନ ଦଶ ଜଣ ଗିରଫ ହୋଇଥିବା ବେଳେ ଅନ୍ୟ ଅଭଯୁକ୍ତ ମାନଙ୍କୁ ମଧ୍ୟ ପୋଲିସ ଗିରଫ କରିବ ବୋଲି ଥାନା ଅଧିକାରୀ ପ୍ରକାଶ କରିଛନ୍ତି ।

ସରକାରୀ ଜମିରେ ଚାଲିଥିଲା ବେଆଇନ୍ ପିଚୁ ପ୍ଲାଣ୍ଟ, ଚଢାଉ କରି ସିଲ୍‌ କଲା ରାଜସ୍ୱ ବିଭାଗ

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.