ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ସୂର୍ଯ୍ୟନଗରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

Published By : Harapriya Sethi | March 14, 2025 8:17 AM

ଭୁବନେଶ୍ୱର,୧୪/୦୩: କ୍ୟାପିଟାଲ ଥାନାର ସୂର୍ଯ୍ୟନଗରରେ ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ  ଘଟିଛି । କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି । ରାଜେଶ ପାତ୍ର ନାମକ ଜଣେ ଯୁବକ ଆକ୍ରମଣର ଶିକାର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଏମ୍ସ ସ୍ଥାନାନ୍ତର କରାଯାଇଛି । କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । 

ସାଲିଆସାହିରେ ଚାଲିଥିଲା ବେଆଇନ୍‌ ଦେଶୀ ମଦ କାରବାର, ଚଢାଉ କଲା ଅବକାରୀ ବିଭାଗ, ୮ ଗିରଫ

ପୋଲିସ କହିବା ମୁତାବକ, ୨ ଗୋଷ୍ଠୀ  ମଧ୍ୟରେ ପୂର୍ବରୁ ରାଜନୈତିକ ଶତ୍ରୁତା ଥିଲା । ରାଜେଶ  କିଛି ଦିନ ତଳେ ଅପରଗୋଷ୍ଠୀର ଯୁବକମାନଙ୍କୁ ଧମକ  ଦେଇଥିଲେ । ସେବେଠୁ ଅପରଗୋଷ୍ଠୀର ଯୁବକ ତାଙ୍କୁ  ଆକ୍ରମଣ ପାଇଁ ସୁଯୋଗ ଖୋଜୁଥିଲେ । ସେ ଗୁରୁବାର କିଛି ସାଙ୍ଗଙ୍କ ସହ ରାତିରେ ଘରକୁ ଫେରୁଥିବା ବେଳେ ୩-୪  ଯୁବକ ତାଙ୍କୁ ଘେରି ଯାଇଥିଲେ । ଉଭୟ ଗୋଷ୍ଠୀ ଭିତରେ ଯୁକ୍ତିତର୍କ ହୋଇଥିଲା । ଅପରଗୋଷ୍ଠୀର ଜଣେ ଯୁବକ ତାଙ୍କୁ  ଖଣ୍ଡାରେ ଆକ୍ରମଣ କରିଥିଲା । ରାଜେଶଙ୍କର ପିଠିରେ ଚୋଟ ବାଜିଥିଲା । ସ୍ଥାନୀୟ ଲୋକମାନେ ଘଟଣାସ୍ଥଳକୁ  ଆସିବାରୁ ଆକ୍ରମଣକାରୀମାନେ ଘଟଣାସ୍ଥଳକୁ ଛୁ ମାରିଥିଲେ । ଆକ୍ରମଣକାରୀ ଗୋଷ୍ଠୀ ସୂର୍ଯ୍ୟନଗର ବାସିନ୍ଦା ବୋଲି ପୋଲିସ ଜାଣିବାକୁ ପାଇଛି । ସେମାନଙ୍କୁ ଧରିବାକୁ ବିଭିନ୍ନ ଜାଗାରେ ଚଢ଼ାଉ ଜାରି ରଖିଛି ।





 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.