ପଟ୍ଟାମୁଣ୍ଡାଇ,୨୩/୦୧; ଘରକୁ କନ୍ୟା ସନ୍ତାନ ଆସିଲେ ଲକ୍ଷ୍ମୀ ଆସନ୍ତି ବୋଲି ବିଶ୍ୱାସ କରାଯାଏ । ହେଲେ ଝିଅଟିଏ ହେଲା ବୋଲି ବୋହୂକୁ ହତ୍ୟା କରିବାକୁ ଶାଶୂଘର ଲୋକ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । କେନ୍ଦ୍ରପଡ଼଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଡାମରପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଝିଅ ହେବାରୁ ବୋହୂକୁ ପୋଡି ମାରିଦେବାକୁ ଉଦ୍ୟମ । ସୌଭାଗ୍ୟବସତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବୋହୂ ଓ ନାତୁଣୀ ।

ଗତକାଲି ବିଳମ୍ବିତ ରାତିରେ ବୋହୂ ଶୋଇଥିବା ସମୟରେ ଶ୍ଵଶୁର ଗାଁ ଛକରୁ ଏକ ଲିଟର ପେଟ୍ରୋଲ କିଣି ଆଣି ବିଛଣାରେ ଢାଳି ନିଆଁ ଲଗେଇ ଦେଇଥିଲେ । ଘର ଭିତରେ ଥିବା ସମସ୍ତ ଆସବାପତ୍ର ପୋଡି ଯାଇଥିବା ବେଳେ ବୋହୂ ଖସି ଆସି ରାତିଯାକ ବାହାରେ ସମୟ କାଟିଥିଲେ । ସୂଚନାମୁତାବକ ୮ ବର୍ଷ ତଳେ ନିଶ୍ଚିନ୍ତ କୋଇଲି ବାଲିପଡ଼ା ଗ୍ରାମର ସସ୍ମିତା ଦାସ ପଟ୍ଟାମୁଣ୍ଡାଇ ଡାମରପୁର ଗ୍ରାମର ଶୁଶାନ୍ତ ରାୟଙ୍କୁ ବିବାହ କରିଥିଲେ । ଶୁଶାନ୍ତଙ୍କର ପ୍ରଥମ ପତ୍ନୀର ଦୁଇଟି ଝିଅ ଥିଲା । ଦ୍ଵିତୀୟ ପତ୍ନୀର ଗୋଟିଏ ଝିଅ ହେବାରୁ ତାକୁ ବାରମ୍ବାର ଶାଶୁ, ଶ୍ଵଶୁର, ସ୍ୱାମୀ ଶାରୀରିକ ମାନସିକ ନିର୍ଯାତନା ଦେଉଥିଲେ । ଏହାପରେ ତାଙ୍କୁ ଜୀବନରୁ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।

​​​​​​​

ଏହା ବି ପଢନ୍ତୁ...ପ୍ରମେୟ ଡିଜିଟାଲର ସ୍ୱତନ୍ତ୍ର ଲାଇଭ୍ ସୋ ‘ମେଡିକାଲ ଆଷ୍ଟ୍ରୋ’: ଫୋନ୍ କରି ବାସ୍ତୁ ଓ ଆପଣଙ୍କ ସ୍ୱାସ୍ଥ୍ୟ ସଂପର୍କରେ ଜାଣନ୍ତୁ