ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଆସବାବପତ୍ର ନିଲାମ, ଦେଇପାରିଲେନି ଠିକାଦାରଙ୍କ ୧୮ ଲକ୍ଷ ବାକି ଟଙ୍କା

ଭୁବନେଶ୍ଵର, ୧୭/୧୧ : ଠିକାଦାରଙ୍କ ୧୮ ଲକ୍ଷ ଟଙ୍କା ନ ଦେଇପାରିବାରୁ ନିର୍ମାଣ ସୌଧ କୋଠାବାଡ଼ି ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଆସବାବପତ୍ର ନିଲାମ । ନିଲାମ ପାଇଁ ମୁଖ୍ୟଯନ୍ତ୍ରୀ ଦୁଃଖବନ୍ଧୁ ବେହେରାଙ୍କ କାର୍ଯ୍ୟାଳୟରେ କୋର୍ଟ କର୍ମଚାରୀ ଉପସ୍ଥିତ ଅଛନ୍ତି। ଭୁବନେଶ୍ୱର ସିନିୟର୍ ଡିଭିଜନ୍ ସବ୍ ଜଜ୍‌ଙ୍କ ନିର୍ଦ୍ଦେଶ କ୍ରମେ ନିଲାମ କରାଯାଇଛି। ମୁଖ୍ୟଯନ୍ତ୍ରୀଙ୍କ ଅଫିସ୍‌ର କମ୍ପ୍ୟୁଟର, ପ୍ରିଣ୍ଟର, ଏସି ଆଦି ନିଲାମ କରାଯାଉଛି।

ସୂଚନାନୁଯାୟୀ, ୧୯୯୮ ମସିହାରେ ନତାଲା ନିର୍ମାଣ କରିଥିଲେ କନଷ୍ଟ୍ରକସନ୍ ଇଣ୍ଡିଆ ଠିକାଦାର ଦୀନେଶ ପାଠକ। ସରକାର ଟଙ୍କା ବାକି ରଖିବାରୁ ଠିକାଦାର କୋର୍ଟ ଯାଇଥିଲେ। ତାଙ୍କ ମାମଲାର ଶୁଣାଣି ପରେ କୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଏହି ମାମଲାରେ ମୁଖ୍ୟଯନ୍ତ୍ରୀ ଦୁଃଖବନ୍ଧୁ ବେହେରା ସମୟ ନେଇଥିଲେ । ଏପ୍ରିଲ ୨୯ ତାରିଖରେ ପୂର୍ବରୁ କୋର୍ଟ ଏହିଭଳି ନିର୍ଦ୍ଦେଶ ଦେଇଥିଲେ। ସେ ସମୟରେ ମୁଖ୍ୟଯନ୍ତ୍ରୀଙ୍କ ପକ୍ଷରୁ ସମୟ ନିଆଯାଇଥିଲା। ସମୟ ମଧ୍ୟରେ ଟଙ୍କା ପୈଠ ନକରିବାରୁ ପୁଣି କୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ।


  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.