PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଡିସେମ୍ବରରେ ଭାରତ ଗସ୍ତରେ ଆସିବ ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ, ଖେଳିବେ ୫ ଟି-ଟ୍ୱେଣ୍ଟି ମ୍ୟାଚ୍

ନୂଆଦିଲ୍ଲୀ,୧୯/୧୧: ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ଆସନ୍ତା ଡିସେମ୍ବରରେ ଭାରତ ଗସ୍ତରେ ଆସି ଦ୍ୱିପାକ୍ଷିକ ଟି-ଟ୍ୱେଣ୍ଟି ସିରିଜ ଖେଳିବ । ଶୁକ୍ରବାର ଏହି ସିରିଜ କ୍ରୀଡ଼ାସୂଚୀ ଘୋଷଣା ହୋଇଛି । ଡିସେମ୍ବର ୯, ୧୧, ୧୪, ୧୭, ୨୦ ତାରିଖରେ ୫ଟି ମ୍ୟାଚ୍‌ ଖେଳାଯିବ । ମୁମ୍ବାଇର ଡିୱାଇ ପାଟିଲ୍‌ ଷ୍ଟାଡିୟମରେ ପ୍ରଥମ ୨ଟି ଏବଂ ବ୍ରାବୋର୍ଣ୍ଣ ଷ୍ଟାଡିୟମରେ ଶେଷ ୩ଟି ମ୍ୟାଚ୍‌ ଅନୁଷ୍ଠିତ ହେବ । ଏହି ସିରିଜ ଜରିଆରେ ଉଭୟ ଭାରତ ଓ ଅଷ୍ଟ୍ରେଲିଆ ଦଳ ଆଗାମୀ ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌ (ଫେବ୍ରୁଆରୀ) ପାଇଁ ପ୍ରସ୍ତୁତି କରିବେ ।

୨୦୧୮ରେ ଶେଷ ଥର ଅଷ୍ଟ୍ରେଲିଆ ଭାରତ ଗସ୍ତରେ ଆସି ୩-୦ରେ ଦିନିକିଆ ସିରିଜ ବିଜୟୀ ହୋଇଥିଲା । ଗତ ଅକ୍ଟୋବର ମାସ ମହିଳା ଏସିଆ କପ୍‌ରେ ଭାରତ ଚାମ୍ପିଅନ୍‌ ହୋଇଥିଲା । ଏହାପରଠୁ ଦଳ କୌଣସି ସିରିଜ ଖେଳିନାହିଁ । ଅଷ୍ଟ୍ରେଲିଆ ବିପକ୍ଷ ଘରୋଇ ସିରିଜ ପରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ଗସ୍ତରେ ତ୍ରି-ରାଷ୍ଟ୍ରୀୟ ଟି-ଟ୍ୱେଣ୍ଟି ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି ।

ସମ୍ବନ୍ଧିତ ଖବର