ବ୍ରହ୍ମପୁର, ୨୦/୦୫ : ଭାରସାମ୍ୟ ହରାଇ ଓଲଟିଲା ଅଟୋ। ଜଣେ ମହିଳା ମୃତ, ୪ ଆହତ। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, କୁକୁଡାଖଣ୍ଡିରୁ କିଛି ଶ୍ରମିକ ଶ୍ରେଣୀର ଲୋକ କାମ କରିବାକୁ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ। ବୁଢ଼ୀଘରା ମନ୍ଦିର ନିକଟରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି। ଦୁର୍ଘଟମା ପରେ ମୃତକଙ୍କ ପରିବାର ଲୋକ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ବ୍ରହ୍ମପୁର- ଆସିକା ରାସ୍ତାରେ ଯାଉଥିବା ସମସ୍ତ ଗାଡ଼ି ଅଟକି ରହିଥିବା ବେଳେ ଯାତାୟାତ ଠପ୍ ହୋଇଯାଇଛି । ଖବର ପାଇ ସଦର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡ଼ିଛି । ସମସ୍ତ ଶ୍ରମିକ ଛାତ ପକାଇବାକୁ ଏକ ଅଟୋରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ।