ପ୍ରମୂଖ ଖବର
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ସୋଆ ଉପସଭାପତି ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ

Published By : Suraj Kumar | November 19, 2024 4:00 PM

ଭୁବନେଶ୍ୱର, ୧୯।୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନୀତ କରାଯାଇଛି । ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ଶ୍ରୀମତି ଦାସଙ୍କୁ ‘ଏକ୍ସଲେନ୍ସ ଇନ୍‌ ଇନ୍‌ସ୍ପିରେସ୍‌ନାଲ୍‌ ଲିଡରସିପ୍‌’ ସମ୍ମାନ ପ୍ରଦାନ  କରାଯାଇଛି । ଶ୍ରୀମତି ଦାସଙ୍କ ପକ୍ଷରୁ ସୋଆର ଲୋକସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ । 

ପୂର୍ବ ଏବଂ ଉତ୍ତର-ପୂର୍ବ ଭାରତରେ ଅବସ୍ଥାପିତ ବ୍ରିଟିଶ ଡେପୁଟି ହାଇକମିଶନର ଡକ୍ଟର ଆଣ୍ଡ୍ରିୟୁ ଫ୍ଲେମିଂ ଏବଂ ଆଲାଏନ୍ସ ଫ୍ରାଂଚାଇଜି ଡୁ ବେଙ୍ଗାଲେର ନିର୍ଦ୍ଦେଶକ ନିକୋଲାସ ଫାସିନୋ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ । 

ଗତ ନଭେମ୍ବର ୧୫ ତାରିଖରେ କୋଲକାତାଠାରେ ଏହି ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇଥିଲା । ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାରେ ଅଗ୍ରଣୀ ଭୂମିକା ନେଇଥିବା ମହିଳାମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ବିଶେଷ କରି ପୂର୍ବ ଭାରତରେ ସମାଜର ବିଭିନ୍ନ ବର୍ଗରେ ଉନ୍ନତିମୂଳକ କାର୍ଯ୍ୟ କରୁଥିବା ମହିଳାମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା ।

ଅନେକ ଜନହିତକର କାର୍ଯ୍ୟ ଏବଂ ବିଶେଷ କରି ପାଠପଢ଼ାରୁ ବଂଚିତ ହେଉଥିବା ଶିଶୁମାନଙ୍କୁ ଶିକ୍ଷିତ କରିବା ସହ ଦକ୍ଷତାପୂର୍ଣ୍ଣ କାର୍ଯ୍ୟରେ ନିୟୋଜିତ କରିବା ଲକ୍ଷ୍ୟ ନେଇ ଶ୍ରୀମତି ଦାସଙ୍କ ଦିଗଦର୍ଶନରେ ସୋଆ ପକ୍ଷରୁ ଛାତ୍ରଛାତ୍ରୀଙ୍କ ଅନୁଷ୍ଠାନ ‘ଜାଗୋ’ କିଛି ବର୍ଷ ହେବ ଏହି ଉଦ୍ଦେଶ୍ୟରେ କାର୍ଯ୍ୟ କରୁଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.