ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ସେପ୍ଟେମ୍ବର ୨୩ ରେ ପାଳନ ହେବ ଆୟୁର୍ବେଦ ଦିବସ, ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା

Published By : Harapriya Sethi | May 14, 2025 11:48 AM

ଭୁବନେଶ୍ୱର,୧୪/୫: ସେପ୍ଟେମ୍ବର ୨୩ କୁ ଆୟୁର୍ବେଦ ଦିବସ ଭାବେ ପାଳନ ହେବ । ଏନେଇ ବିଧିବଦ୍ଧ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଭାରତର ପାରମ୍ପରିକ ଚିକିତ୍ସା ପଦ୍ଧତି ଆୟୁର୍ବେଦର ପ୍ରଚାର ପ୍ରସାର ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । 

ନିଜ ସୋସିଆଲ ମିଡ଼ିଆ ଏକ୍ସରେ ସେ କହିଛନ୍ତି, ପ୍ରତିବର୍ଷ ସେପ୍ଟେମ୍ବର ୨୩ କୁ 'ଆୟୁର୍ବେଦ ଦିବସ' ଭାବେ ପାଳନ କରିବା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ଘୋଷଣା କରାଯାଇଛି। ଯାହାକି ଏହି ଚିକିତ୍ସା ପଦ୍ଧତିକୁ ଆହୁରି ବ୍ୟାପକ କରିବା ପାଇଁ ସରକାରଙ୍କ ଉଦ୍ୟମକୁ ପ୍ରତିଫଳିତ କରୁଛି। ଏହି ଐତିହାସିକ ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ଼ାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆଜକୁ ପ୍ରାୟ ତିନିହଜାର ବର୍ଷରୁ ଅଧିକ ସମୟ ପୂର୍ବରୁ ଆମ ଦେଶରେ ଆୟୁର୍ବେଦ ବିଦ୍ୟାର ପ୍ରଚଳନ ଆରମ୍ଭ ହୋଇଥିଲା । ଅତୀତରେ ଯେଉଁ ମହାନ ଆୟୁର୍ବେଦ ବିଜ୍ଞାନୀଗଣ ସେମାନଙ୍କ ଅଲୌକିକ ପ୍ରତିଭା ବଳରେ ଭାରତୀୟ ଚିକିତ୍ସା ବିଜ୍ଞାନର ଉତ୍କର୍ଷତା ସାଧନ କରି ପାରିଥିଲେ ସେମାନଙ୍କ ମଧ୍ୟରେ ଆତ୍ରେୟ, ଚରକ, ସୁଶ୍ରୁତ, ବାଗଭଟ୍ଟ ଆଦି ୠଷିମାନେ ଅନ୍ୟତମ ଥିଲେ । କେଉଁ ବ୍ୟାଧି ପାଇଁ କେଉଁ ଔଷଧ ରହିଛି ଓ ସରଳ ତଥା ମହାନ ପନ୍ଥା ଅନୁସରଣ କରି କିପରି ସୁସ୍ଥ ଜୀବନ ନିର୍ବାହ କରିବା ତାହା ଆୟୁର୍ବେଦରୁ ଜାଣିବାକୁ ମିଳେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.