PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେବି କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
  • ||
  • ୨୦୨୨-୨୩ ବଜେଟ୍‌ : ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ୨୭,୩୨୪କୋଟି ଟଙ୍କା ଆବଣ୍ଟନ
  • ||
  • ଉଦୟପୁର ହତ୍ୟାକାଣ୍ଡ ଘଟଣା : କୋର୍ଟ ୪ ଅଭିଯୁକ୍ତଙ୍କୁ ୧୦ଦିନର NIA ରିମାଣ୍ଡରେ ପଠାଇଲେ
  • ||
  • ଭୁବନେଶ୍ବର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
  • ||
  • ପୁରୀ : ଗୁଣ୍ଡିଚା ମନ୍ଦିର ରୋଷଘର ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ, ୨୦ରୁ ଅଧିକ ଚୁଲି ଭାଙ୍ଗି ଥିବା ସୂଚନା
  • ||
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ନବୀନଙ୍କ ସହ କଥା ହେଲେ ହର୍ଷବର୍ଦ୍ଧନ; ‘ଆୟୁଷ୍ମାନ’କୁ ଗ୍ରୀନ୍‌ ସିଗ୍‌ନାଲ୍‌!

ଭୁବନେଶ୍ୱର,୫ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ଯୋଜନାକୁ ଓଡ଼ିଶାରେ ଲାଗୁ କରିବାକୁ ଗ୍ରୀନ୍‌ ସିଗ୍‌ନାଲ ମିଳିପାରେ । ଏ ନେଇ ଆଲୋଚନା ସରିଛି । କେବଳ ଔପଚାରିକ ଘୋଷଣା ବାକି ଅଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଆଜି ଫୋନ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏହା ଉପରେ ଆଲୋଚନା କରିଛନ୍ତି । ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ଏହ ଉପରେ ବଡ଼ ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି ।
ଗତକାଲି ଆୟୁଷ୍ମାନ ଯୋଜନାର ସିଇଓ ଇନ୍ଦୁଭୂଷଣ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ଆଲେଚନା କରିଥିଲେ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଓ ସ୍ୱାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦାଙ୍କ ସହ ଏହି ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଇନ୍ଦୁଭୂଷଣ ଆଲୋଚନା କରିବାର ଦିନେ ନ ପୂରୁଣୁ ଆଜି କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ନବୀନଙ୍କୁ ଫୋନ୍‌ କରିଥିଲେ । ଦୀର୍ଘ ସମୟ ଧରି ନବୀନଙ୍କ ସହ ଆଲୋଚନା କରିଥିଲେ । ନବୀନଙ୍କ ସମେତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ ମଧ୍ୟ ସେ ଆଲୋଚନା କରିଥିବା ଜଣାପଡ଼ିଛି ।

ରାଜ୍ୟ ସରକାର ନିଜସ୍ୱ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ରାଜ୍ୟରେ କାର୍ଯ୍ୟକାରୀ କରୁଛନ୍ତି । ଆୟୁଷ୍ମାନ ଭାରତକୁ ଏ ଯାଏ ରାଜ୍ୟରେ ଲାଗୁ କରାଯାଇନି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟ ସରକାରଙ୍କୁ ନିଜସ୍ୱ ପାଣ୍ଠିରୁ ବାର୍ଷିକ ୭୦୦ କୋଟି ଖର୍ଚ୍ଚ କରୁଛନ୍ତି । ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ କରି ଏହି ଖର୍ଚ୍ଚକୁ କମ୍‌ କରିବାକୁ ସରକାର ବିଚାର କରୁଛନ୍ତି ।