ପ୍ରମୂଖ ଖବର
  • ଗଞ୍ଜାମ: ଛତ୍ରପୁର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଘେରାଉ
  • ||
  • ରାଉଲକେଲା: ଦଶାହ କର୍ମ ପାଇଁ ଆସିଥିବା ଯୁବକଙ୍କୁ ତୀର ମାଡ଼,ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି, ଅଭିଯୁକ୍ତ ଫେରାର
  • ||
  • ବୁଧବାର ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • 'ଏ ଜୋକର ଭାରତ ସହ ଲଢିବେ', ଜାଣନ୍ତୁ କେଉଁ ଫଟୋକୁ ନେଇ ପାକିସ୍ତାନ ଉପରେ ବର୍ଷିଲେ ୱୱେସୀ
  • ||
  • ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଶ ତଥା ରାଜ୍ୟର ସୁରକ୍ଷା ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କଲେ ଆଲୋଚନା
  • ||
  • ଭଦ୍ରକ ଅଲଟ୍ରା ସାଉଣ୍ଡର ତ୍ରୁଟି ପୂର୍ଣ୍ଣ ରିପୋର୍ଟ ଅଭିଯୋ, ମୃତ ଶିଶୁକୁ ଧରି ରାସ୍ତାରୋକ, ଗାଡ଼ି ଚଳାଚଳ ଠପ୍‌
  • ||
  • ଗଞ୍ଜାମ: ବଡ଼ ଆର୍ଜିପଲ୍ଲୀରେ ଡେଙ୍ଗୁ ଆତଙ୍କ: ୧୩ବର୍ଷର ନାବାଳକର ମୃତ୍ୟୁ ଅଭିଯୋଗ, ୮ଜଣ ଆକ୍ରାନ୍ତ
  • ||
  • ନାକଟିଦେଉଳ : ବିଦ୍ୟୁତ୍ ଆଘାତରେ ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର
  • ||
  • ମୁଣ୍ଡ ନୁଆଁଇଲା ପାକିସ୍ତାନ; ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶହବାଜ୍ ସରିଫ୍
  • ||
  • ଗଞ୍ଜାମ: ଘର ଆଗରେ ଗଣ୍ଡଗୋଳ କରିବାକୁ ମନା କରିବାରୁ ଯୁବକଙ୍କୁ ଛୁରାମାଡ଼
  • ||
  • ଢ଼େଙ୍କାନାଳ: ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର , ପତ୍ନୀ ମୃତ, ସ୍ୱାମୀ ଓ ଶିଶୁପୁତ୍ର ଆହତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ଟେବୁଲ୍‌ ଟପ୍ପର ଲକ୍ଷ୍ୟରେ ରଜତ ବାହିନୀ
  • ||
  • ଚାଞ୍ଚଲ୍ୟ; ପ୍ରବଚନ ଶୁଣି ଫେରୁଥିଲେ, କାର୍‌ରୁ ମିଳିଲା ପରିବାରର ୭ ଜଣଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ରଥ ଖଳା ହାଲ୍‌ଚାଲ୍...ରଥ ବ୍ରେକ୍‌ ଅଖ ନିର୍ମାଣ ଆରମ୍ଭ, ଚକରେ ଲାଗୁଛି ପନ୍ଦାରି ଚାବି
  • ||
  • ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା,୨୯ ତାରିଖ ବେଳକୁ ମୌସୁମୀ ପହଞ୍ଚିପାରେ
  • ||

ଅଧୁରା ରହିଲା ଆରଡ଼ିରେ ବାବା ଆଖଣ୍ଡଳମଣିଙ୍କ ଦର୍ଶନ, ଶିବ ଗଙ୍ଗା ପୁଷ୍କରିଣୀରେ ବୁଡ଼ି ଭକ୍ତ ମୃତ

Published By : Harapriya Sethi | May 25, 2025 9:35 AM

ଚାନ୍ଦବାଲି, ୨୫/୦୫: ଅଧୁରା ରହିଲା ବାବା ଆଖଣ୍ଡଳମଣିଙ୍କ ଦର୍ଶନ । ମଣିଙ୍କ ଦର୍ଶନ ପୂର୍ବରୁ ଚାଲିଗଲା ଯୁବକଙ୍କ ଜୀବନ । ମୃତକ ହେଉଛନ୍ତି ଧାମନଗର ଥାନା ଅନ୍ତର୍ଗତ ଦୋବଲ ସୋହଡା ଶାସନର ଦେବବ୍ରତ ମିଶ୍ର । ଭଦ୍ରକ ଜିଲ୍ଲା ଆରଡ଼ି ପୀଠରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ଦୁଇଟି ବାଇକ୍‌ରେ ୪ଜଣ ସାଙ୍ଗ ରବିବାର ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ । ଆରଡ଼ିରେ ପହଞ୍ଚିବା ପରେ ପୀଠରେ ଥିବା ଶିବଗଙ୍ଗା ପୁଷ୍କରିଣୀରେ ଗାଧୋଇଥିଲେ । ହେଲେ ଗାଧୋଇବା ବେଳେ ଦେବବ୍ରତ ମିଶ୍ର ଏବଂ ତାଙ୍କର ଆଉ ଜଣେ ସାଙ୍ଗ ପାଣିରେ ବୁଡ଼ି ଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ଏବଂ ତାଙ୍କ ସାଙ୍ଗ ମିଶି ଦୁଇ ଜଣଙ୍କୁ ଉଦ୍ଧାର କରି ଆରଡ଼ି ମେଡିକାଲକୁ ନେଇଥିଲେ । ହେଲେ ସେଠାରେ ଦେବବ୍ରତର ମୃତ୍ୟୁ ହୋଇଥିଲା । ଏସମ୍ପର୍କରେ ଖବର ପାଇ ଆରଡ଼ି ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.