ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଆଠଗଡ ବନଖଣ୍ଡରେ ଆଖି ବୁଜିଲା ହାତୀ ଶାବକ, କିଛି ଦିନ ତଳେ ହୋଇଥିଲା ଅସୁସ୍ଥ

Published By : Harapriya Sethi | March 12, 2025 11:11 AM

ଭୁବନେଶ୍ୱର, ୧୨/୦୩: ଅସୁସ୍ଥ ଥିବାରୁ ହାତୀ ଶାବକର ଚାଲିଥିଲା ଚିକିତ୍ସା । ହେଲେ ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ଛୁଆ ହାତୀର ଜୀବନ । ହାତୀ ଶାବକଟିର ବ୍ୟବଚ୍ଛେଦ କରାଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । କଟକ ଡିଲ୍ଲା ମାଣିଆବନ୍ଧ ବନପାଳ କାର୍ଯ୍ୟାଳୟ ପରିସରରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଆଠଗଡ ବନଖଣ୍ଡ ବଡ଼ମ୍ବା ରେଞ୍ଜ ମାଣିଆବନ୍ଧ ବଡ଼ଯୋରା ସଂରକ୍ଷିତ ଜଙ୍ଗଲରେ ଗୋଠଛଡ଼ା ହୋଇଥିଲା ଏକ ୨ ମାସର ହାତୀ ଶାବକ । ହାତୀଙ୍କ ଠାରୁ ଗୋଠଛଡ଼ା ହେବା ପରେ ସଂରକ୍ଷିତ ଜଙ୍ଗଲରେ ଅସୁସ୍ଥ ଅବସ୍ଥାରେ ଘୁରି ବୁଲୁଥିଲା ହାତୀ ଛୁଆ । ଏନେଇ ଖବର ପାଇବା ପରେ ବନ ବିଭାଗ କର୍ମଚାରୀ ହାତୀ ଶାବକକୁ ଉଦ୍ଧାର କରିଥିଲେ । ତାକୁ ଉଦ୍ଧାର କରି  ତୁରନ୍ତ ମାଣିଆବନ୍ଧ ବନପାଳ କାର୍ଯ୍ୟାଳୟ ପରିସରକୁ ନିଯାଇଥିଲା । ସେଠାରେ କପିଳାସ ପ୍ରାଣୀ ଉଦ୍ୟାନର ରାପିଡ଼ ରେସପନ୍ସ ଟିମ୍‌ ହାତୀ ଛୁଆଟିର ଚିକିତ୍ସା କରିଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ଶାବକର ମୃତ୍ୟୁ ହୋଇଥିଲା । ହାତୀ ଶାବକର ବ୍ୟବଚ୍ଛେଦ କରାଯାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନ ବିଭାଗ ପକ୍ଷରୁ ସୂଚନା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.