ପ୍ରମୂଖ ଖବର
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା

Published By : Manoj | August 23, 2025 11:26 AM

ପୁରୀ,୨୩/୦୮: ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ। ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ହେବ ବେବି ଫିଡିଂ ସେଣ୍ଟର। ଗୋପନୀୟତା ଏବଂ ପରିମାଳକୁ ଦିଆଯିବ ଗୁରୁତ୍ବ। ମା ଓ ଶିଶୁ ସ୍ବାଛନ୍ଦ୍ୟ ଉପରେ ଦିଆଯିବ  ଦୃଷ୍ଟି। ସ୍ତନ୍ୟପାନ ଗୃହରେ ରହିବେ ସ୍ବତନ୍ତ୍ର ମହିଳା ସହାୟକ। ସ୍ତନ୍ୟପାନ ଗୃହ ପାଇଁ ସ୍ଥାନ ନିରୂପଣ ସରିଛି। ତୁରନ୍ତ କାର୍ଯ୍ୟକାରୀ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରସାଶକ ଅରବିନ୍ଦ ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି। 

ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା' ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି l ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା'  ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି l 

ଇତି ମଧ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପୀନାକ୍ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର୍ ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚୀସ୍ମିତା ଏବଂ ଅନ୍ଯ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନା ପାଇଁ ସ୍ଥାନ ନିରୂପଣ କରିଛନ୍ତି। ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ଏହା କାର୍ଯ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି । ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା' ତଥା ଶିଶୁଙ୍କ ସ୍ବାଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ। ଏହି ଗୃହ ସକାଶେ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ମଧ୍ୟ ରହିବେ । ଦୀର୍ଘ ଦିନ ଧରି ଏନେଇ ଦାବି ହୋଇ ଆସୁଥିବା ବେଳେ ଭକ୍ତ ଶ୍ରଦ୍ଧାଳୁ ତଥା ବିଶେଷ କରି ମହିଳାଙ୍କ ପ୍ରତି ଉତ୍ତରଦାୟିତ୍ବ ନିର୍ବାହ ପାଇଁ ଏହି ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.